ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. {ଏକ ନାରୀ ଏବଂ ପ୍ରକାଣ୍ଡ ସର୍ପ} [PS] ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ । [PE][PS]
2. ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ ।
3. ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ ।
4. ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।
5. ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ , ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ ।
6. ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା । [PS]
7. {ଶୟତାନକୁ ପୃଥିବୀରେ ନିକ୍ଷେପ} [PS] ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ | ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8. କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।
9. ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।
10. ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।
11. ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।
12. ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ(ଶୟତାନ) ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି ।
13. ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା ।
14. ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥି ନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିଵା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷ ପକ୍ଷୀର ଦୁଇଟି ଡେଣା ଦିଆ ହେଲା ।
15. ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍‌ଗାର କଲା ।
16. କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହଯ୍ୟ କଲା ।
17. ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା; [17] ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା । [PE]

Notes

No Verse Added

Total 22 Chapters, Current Chapter 12 of Total Chapters 22
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:26
1. {ଏକ ନାରୀ ଏବଂ ପ୍ରକାଣ୍ଡ ସର୍ପ} PS ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ PEPS
2. ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ
3. ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଦଶ ଶିଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ
4. ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା
5. ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ , ଆଉ ତାହାଙ୍କ ସନ୍ତାନ ଈଶ୍ୱର ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ
6. ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା PS
7. {ଶୟତାନକୁ ପୃଥିବୀରେ ନିକ୍ଷେପ} PS ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ | ସେଥିରେ ସେହି ସର୍ପ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8. କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ
9. ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା
10. ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି
11. ଆଉ ସେମାନେ ମେଷଶାବକଙ୍କ ରକ୍ତ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ଥିଲେ
12. ଅତଏବ, ହେ ସ୍ୱର୍ଗ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ(ଶୟତାନ) ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି
13. ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା
14. ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥି ନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିଵା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷ ପକ୍ଷୀର ଦୁଇଟି ଡେଣା ଦିଆ ହେଲା
15. ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍‌ଗାର କଲା
16. କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହଯ୍ୟ କଲା
17. ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା; 17 ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା PE
Total 22 Chapters, Current Chapter 12 of Total Chapters 22
×

Alert

×

oriya Letters Keypad References