1. {ସପ୍ତକ୍ଲେଶଧାରୀ ସପ୍ତ ଦୂତ} PS ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ ।
|
2. ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ୱରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି ।
|
3. ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ ।
|
4. ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି ।
|
6. ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ ।
|
7. ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ ।
|
8. ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ । PE
|