ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. {ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର} [PS] ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ ।
2. ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା ।
3. ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ ।
4. ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହି ସବୁ ରକ୍ତ ହୋଇଗଲା ।
5. ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;
6. ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ ।
7. ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ ।
8. ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା ।
9. ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ ।
10. ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;
11. ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ ।
12. ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।
13. ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;
14. ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି ।
15. ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ ।
16. ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ । [PS]
17. {ସପ୍ତମ ପାତ୍ର} [PS] ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା ।
18. ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା ।
19. ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ ।
20. ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ ।
21. ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (40 କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର । [PE]

Notes

No Verse Added

Total 22 Chapters, Current Chapter 16 of Total Chapters 22
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:13
1. {ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର} PS ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ
2. ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା
3. ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ
4. ତୃତୀୟ ଦୂତ ଆପଣା ପାତ୍ର ନଦୀ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହି ସବୁ ରକ୍ତ ହୋଇଗଲା
5. ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;
6. ଯେଣୁ ସେମାନେ ସାଧୁମାନଙ୍କର ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ
7. ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଯଥାର୍ଥ
8. ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା
9. ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ
10. ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;
11. ପୁଣି, ସେମାନେ ଆପଣା ଆପଣା ବେଦନା କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ
12. ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା
13. ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;
14. ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି
15. ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ
16. ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ PS
17. {ସପ୍ତମ ପାତ୍ର} PS ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା
18. ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ଥିଲା
19. ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ
20. ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ପର୍ବତଗଣ ଆଉ ଦେଖାଗଲେ ନାହିଁ
21. ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (40 କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର PE
Total 22 Chapters, Current Chapter 16 of Total Chapters 22
×

Alert

×

oriya Letters Keypad References