ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. {ସ୍ୱର୍ଗରେ ଆନନ୍ଦ} [PS] ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,
2. କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି ।
3. ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ ।
4. ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା । [PS]
5. {ମେଷଶାବକଙ୍କ ବିବାହ ଭୋଜ} [PS] ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ୱରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର ।
6. ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି ।
7. ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି ।
8. ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ ।
9. ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ ।
10. ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର । [PS]
11. {ଶ୍ୱେତ ଅଶ୍ୱ ଆରୋହୀ} [PS] ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି ।
12. ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ ।
13. ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ୱରଙ୍କ ବାକ୍ୟ ।
14. ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍‍ଗମନ କଲେ ।
15. ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।
16. ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ ।
17. ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ୱରଙ୍କ ମହାଭୋଜରେ ଏକତ୍ର ହୁଅ,
18. ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧିନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ ।
19. ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି ।
20. ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।
21. ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ । [PE]

Notes

No Verse Added

Total 22 Chapters, Current Chapter 19 of Total Chapters 22
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:26
1. {ସ୍ୱର୍ଗରେ ଆନନ୍ଦ} PS ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,
2. କାରଣ ତାହାଙ୍କ ବିଚାର ସତ୍ୟ ନ୍ୟାଯ୍ୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି
3. ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ
4. ସେଥିରେ ସେହି ଚବିଶ ପ୍ରାଚୀନ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା PS
5. {ମେଷଶାବକଙ୍କ ବିବାହ ଭୋଜ} PS ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ୱରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର
6. ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି
7. ଆସ, ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି
8. ତାହାକୁ ଶୁଭ୍ର ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ
9. ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ
10. ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର ଯୀଶୁଙ୍କ ବିଷୟକ ସାକ୍ଷ୍ୟ ସାର PS
11. {ଶ୍ୱେତ ଅଶ୍ୱ ଆରୋହୀ} PS ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ସତ୍ୟ; ନ୍ୟାୟ ରୂପେ ବିଚାର ଯୁଦ୍ଧ କରନ୍ତି
12. ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ
13. ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ୱରଙ୍କ ବାକ୍ୟ
14. ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍‍ଗମନ କଲେ
15. ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ
16. ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ପ୍ରଭୁମାନଙ୍କର ପ୍ରଭୁ
17. ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ୱରଙ୍କ ମହାଭୋଜରେ ଏକତ୍ର ହୁଅ,
18. ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ପରାଧିନ, କ୍ଷୁଦ୍ର ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ
19. ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି
20. ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ
21. ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ PE
Total 22 Chapters, Current Chapter 19 of Total Chapters 22
×

Alert

×

oriya Letters Keypad References