ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. {ପୁସ୍ତକ ଓ ମେଷଶାବକ} [PS] ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ ।
2. ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ? [PE][PS]
3. କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ ।
4. ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି ।
5. ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି । [PE][PS]
6. ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା ।
7. ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ । [PE][PS]
8. ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା । [PE][PS]
9. ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ, [QBR]
10. ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ । [PE][PS]
11. ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।
12. ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି । [PE][PS]
13. ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର । [PE][PS]
14. ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ । [PE]

Notes

No Verse Added

Total 22 Chapters, Current Chapter 5 of Total Chapters 22
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:16
1. {ପୁସ୍ତକ ମେଷଶାବକ} PS ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ
2. ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ? PEPS
3. କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ
4. ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ମିଳିବାରୁ ମୁଁ ଅତିଶୟ ରୋଦନ କଲି
5. ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି PEPS
6. ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା
7. ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ PEPS
8. ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା PEPS
9. ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
10. ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ PEPS
11. ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଅୟୁତ ଅୟୁତ
12. ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି PEPS
13. ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ମେଷଶାବକଙ୍କର PEPS
14. ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ PE
Total 22 Chapters, Current Chapter 5 of Total Chapters 22
×

Alert

×

oriya Letters Keypad References