ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. {#1ପୁସ୍ତକ ଓ ମେଷଶାବକ } [PS]ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ ।
2. ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ? [PE]
3. [PS]କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ ।
4. ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି ।
5. ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି । [PE]
6. [PS]ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା ।
7. ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ । [PE]
8.
9. [PS]ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା । [PE]
10. [PS]ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ, [PE][QS]ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ । [QE]
11. [PS]ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।
12. ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି । [QE]
13. [PS]ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର । [QE]
14. [PS]ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ । [QE]
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 22
ପୁସ୍ତକ ଓ ମେଷଶାବକ 1 ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ । 2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ? 3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ । 4 ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି । 5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି । 6 ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା । 7 ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ । 8 9 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା । 10 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ, ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ । 11 ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ । 12 ସେମାନେ ଉଚ୍ଚସ୍ୱରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି । 13 ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର । 14 ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 22
×

Alert

×

Oriya Letters Keypad References