ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
1. {ଅଭିବାଦନ} [PS] ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,
2. ସେ ରୋମରେ ଥିବା ଈଶ୍ୱରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି ।
3. ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,
4. କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ୱରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
5. ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
6. ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୂଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥି ନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ ।
7. ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । [PS]
8. {ରୋମକୁ ଯିବାର ଆକାଂକ୍ଷା} [PS] ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି ।
9. କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ୱରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ,
10. ଏଥି ନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ୱରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି ।
11. ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,
12. ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ ।
13. ହେ ଭାଇମାନେ, ଅବଶିଷ୍ଟ ଅଣଯିହୂଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
14. ଗ୍ରୀକ୍‍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ ।
15. ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ । [PS]
16. {ସୁସମାଚାରର ଶକ୍ତି} [PS] କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।
17. ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' । [PS]
18. {ମନୁଷ୍ୟଜାତିର ପାପ} [PS] କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
19. ଯେଣୁ ଈଶ୍ୱରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି ।
20. ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।
21. କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
22. ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,
23. ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ ।
24. ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ ।
25. କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍‍ ।
26. ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,
27. ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ ।
28. ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।
29. ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;
30. ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ୱରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ,
31. ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି ।
32. ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି । [PE]

Notes

No Verse Added

Total 16 Chapters, Current Chapter 1 of Total Chapters 16
1 2 3 4 5 6 7 8 9
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:28
1. {ଅଭିବାଦନ} PS ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,
2. ସେ ରୋମରେ ଥିବା ଈଶ୍ୱରଙ୍କ ପ୍ରିୟ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି
3. ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,
4. କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ୱରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
5. ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
6. ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୂଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥି ନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ପ୍ରେରିତ ପଦ ପାଇଅଛୁ
7. ଆମ୍ଭମାନଙ୍କ ପିତା ଈଶ୍ୱର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ PS
8. {ରୋମକୁ ଯିବାର ଆକାଂକ୍ଷା} PS ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି
9. କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ୱରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ,
10. ଏଥି ନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ୱରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି
11. ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,
12. ବରଂ ଯେପରି ତୁମ୍ଭମାନଙ୍କର ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ
13. ହେ ଭାଇମାନେ, ଅବଶିଷ୍ଟ ଅଣଯିହୂଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ
14. ଗ୍ରୀକ୍‍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ
15. ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ PS
16. {ସୁସମାଚାରର ଶକ୍ତି} PS କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।
17. ସେଥିରେ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' PS
18. {ମନୁଷ୍ୟଜାତିର ପାପ} PS କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
19. ଯେଣୁ ଈଶ୍ୱରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି
20. ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ଥାଏ
21. କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
22. ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,
23. ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ
24. ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ
25. କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ସୃଷ୍ଟ ବସ୍ତୁର ପୂଜା ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ ଆମେନ୍‍
26. ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,
27. ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ
28. ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ
29. ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ମନ୍ଦତାରେ ପରିପୂର୍ଣ୍ଣ;
30. ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ୱରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ,
31. ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ନିର୍ଦ୍ଦୟ ଅଟନ୍ତି
32. ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି PE
Total 16 Chapters, Current Chapter 1 of Total Chapters 16
1 2 3 4 5 6 7 8 9
×

Alert

×

oriya Letters Keypad References