1. {ଏକ ସଜୀବ ବଳି} PS ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ୱରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।
|
2. ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା କ'ଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ । PS
|
3. {ଅନୁଗ୍ରହର ଦାନ} PS କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।
|
4. କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ ପ୍ରକାର ନୁହେଁ,
|
6. ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
|
8. ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ । PS
|
9. {ପ୍ରକୃତ ଖ୍ରୀଷ୍ଟ ବିଶ୍ୱାସୀର ଲକ୍ଷଣ} PS ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
|
16. ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ । ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ ।
|
19. ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ୱରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, "ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା' ।
|
20. ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତା'ର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ ।
|