1. {ପରସ୍ପରର ବିଚାର ନ କରୁ} PS ବିଶ୍ୱାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ ।
|
2. ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ ।
|
3. ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ୱର ତାକୁ ଗ୍ରହଣ କରିଅଛନ୍ତି ।
|
4. ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି ।
|
5. ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ । ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ ।
|
6. ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ ।
|
8. ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ । ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ ।
|
9. କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ ।
|
10. କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ ? ଆମ୍ଭେମାନେ ସମସ୍ତେ ତ ଈଶ୍ୱରଙ୍କ ବିଚାରାସନ ଛାମୁରେ ଠିଆ ହେବା ।
|
11. ଯେଣୁ ଲେଖା ଅଛି, "ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ୱରଙ୍କ ପ୍ରଶଂସା କରିବ ।"
|
13. {ଅନ୍ୟର ବିଘ୍ନର କାରଣ ନ ହେଉ} PS ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର ।
|
14. ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି ।
|
15. କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ । ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ ।
|
18. ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ ।
|
19. ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ ।
|
20. ଖାଦ୍ୟ ସକାଶେ ଈଶ୍ୱରଙ୍କର କର୍ମ ନଷ୍ଟ କର ନାହିଁ । ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ ।
|
22. ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ୱରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ । ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ ।
|
23. କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ । PE
|