ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ପରମଗୀତ
1. {#1ବର }
2. [PS]ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। [PE]{#1ଅନ୍ୟମାନେ }[PS]ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର। [PE]{#1ପ୍ରିୟତମଙ୍କୁ କନ୍ୟାର ଅନ୍ୱେଷଣ } [PS]ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
3. ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି ? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି ?
4. ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
5. ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
6. ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।
7. ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।
8. ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ। [PE]
9. {#1ଅନ୍ୟମାନେ }
10. [PS]ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? [PE]{#1ପ୍ରିୟତମଙ୍କୁ କନ୍ୟାର ପ୍ରଶଂସା } [PS]ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
11. ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।
12. ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।
13. ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।
14. ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।
15. ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
16. ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା। [PE]

ରେକର୍ଡଗୁଡିକ

Total 8 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 8
1 2 3 4 5 6 7 8
ବର 1 2 ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ଅନ୍ୟମାନେ ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର। ପ୍ରିୟତମଙ୍କୁ କନ୍ୟାର ଅନ୍ୱେଷଣ ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।” 3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି ? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି ? 4 ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା। 5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା। 6 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ। 7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ। 8 ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ। ଅନ୍ୟମାନେ 9 10 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ପ୍ରିୟତମଙ୍କୁ କନ୍ୟାର ପ୍ରଶଂସା ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ। 11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ। 12 ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ। 13 ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ। 14 ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ। 15 ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ। 16 ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।
Total 8 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 8
1 2 3 4 5 6 7 8
×

Alert

×

Oriya Letters Keypad References