ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପରମଗୀତ
1. [PS]ଆହା, ଯେ ମୋ’ ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋ’ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।
2. ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।
3. ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ।
4. ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ। [PE]
5. {#1ଅନ୍ୟମାନେ }
6. [PS]ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ। [PE]{#1କନ୍ୟା } [PS]ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।
7. ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ। [PE]
8. {#1ଅନ୍ୟମାନେ } [PS]ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକି ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା ?
9. ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା। [PE]
10. {#1କନ୍ୟା } [PS]ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।
11. ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।
12. ମୋହର ଦ୍ରାକ୍ଷାକ୍ଷେତ୍ର ମୋ’ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ। [PE]
13. {#1ବର }
14. [PS]ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ। [PE]{#1କନ୍ୟା } [PS]ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।[PE]
Total 8 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 8
1 2 3 4 5 6 7 8
1 ଆହା, ଯେ ମୋ’ ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋ’ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ। 2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି। 3 ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ। 4 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ। ଅନ୍ୟମାନେ 5 6 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ। କନ୍ୟା ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। 7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ। ଅନ୍ୟମାନେ 8 ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକି ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା ? 9 ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା। କନ୍ୟା 10 ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି। 11 ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା। 12 ମୋହର ଦ୍ରାକ୍ଷାକ୍ଷେତ୍ର ମୋ’ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ। ବର 13 14 ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ। କନ୍ୟା ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।
Total 8 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 8
1 2 3 4 5 6 7 8
×

Alert

×

Oriya Letters Keypad References