ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
1. {#1ହିତଜନକ ଶିକ୍ଷା } [PS]କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ ।
2. ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,
3. ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
4. ଯାହାଦ୍ୱାରା ସେମାନେ ଯୁବା ସ୍ତ୍ରୀମାନଙ୍କୁ ଶିକ୍ଷା ଦିଅନ୍ତୁ ଯେ, ଆପଣା ସ୍ୱାମୀ ଓ ସନ୍ତାନମାନଙ୍କୁ ପ୍ରେମ କରନ୍ତୁ;
5. ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ |
6. ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;
7. ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
8. ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ ।
9. ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
10. ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି ।
11. କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
12. ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,
13. ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି ।
14. ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।
15. ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ । [PE]
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 3
1 2 3
ହିତଜନକ ଶିକ୍ଷା 1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ । 2 ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ, 3 ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର; 4 ଯାହାଦ୍ୱାରା ସେମାନେ ଯୁବା ସ୍ତ୍ରୀମାନଙ୍କୁ ଶିକ୍ଷା ଦିଅନ୍ତୁ ଯେ, ଆପଣା ସ୍ୱାମୀ ଓ ସନ୍ତାନମାନଙ୍କୁ ପ୍ରେମ କରନ୍ତୁ; 5 ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ | 6 ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ; 7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର, 8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ । 9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ, 10 ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି । 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, 12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ, 13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି । 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ । 15 ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 3
1 2 3
×

Alert

×

Oriya Letters Keypad References