ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ତହିଁରେ ଆୟୁବ ଉତ୍ତର କରି କହିଲା,
2. ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛଣ!
3. ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
4. ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?
5. ପ୍ରେତଗଣ ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି ।
6. ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ ।
7. ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି ।
8. ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ ।
9. ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି ।
10. ସେ ଦୀପ୍ତି ଓ ଅନ୍ଧକାରର ପ୍ରା; ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି ।
11. ଆକାଶମଣ୍ତଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି ।
12. ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି ।
13. ତାହାଙ୍କ ଶ୍ଵାସ ଦ୍ଵାରା ଆକାଶମଣ୍ତଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି ।
14. ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ଵର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?

Notes

No Verse Added

Total 42 Chapters, Current Chapter 26 of Total Chapters 42
ଆୟୁବ ପୁସ୍ତକ 26
1. ତହିଁରେ ଆୟୁବ ଉତ୍ତର କରି କହିଲା,
2. ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛଣ!
3. ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
4. ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?
5. ପ୍ରେତଗଣ ଜଳରାଶି ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି
6. ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଅବଦ୍ଦୋନର କୌଣସି ଆବରଣ ନାହିଁ
7. ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି
8. ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ତହିଁ ତଳେ ମେଘ ଚିରି ଯାଏ ନାହିଁ
9. ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି
10. ସେ ଦୀପ୍ତି ଅନ୍ଧକାରର ପ୍ରା; ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି
11. ଆକାଶମଣ୍ତଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଚମତ୍କୃତ ହୁଅନ୍ତି
12. ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି
13. ତାହାଙ୍କ ଶ୍ଵାସ ଦ୍ଵାରା ଆକାଶମଣ୍ତଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି
14. ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ଵର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?
Total 42 Chapters, Current Chapter 26 of Total Chapters 42
×

Alert

×

oriya Letters Keypad References