ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ବିଚାରକର୍ତାମାନଙ୍କ ବିବରଣ
1. ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା-ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା ।
2. ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହା ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର ।
3. ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ୍ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଗାଡ଼ି ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ ।
4. କିଛି କାଳ ପରେ ଅମ୍ମୋନ୍-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ ।
5. ପୁଣି ଅମ୍ମୋନ୍-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ୍ ଦେଶରୁ ଆଣିବାକୁ ଗଲେ ।
6. ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ ।
7. ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ି ଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଛ ବୋଲି ମୋର କତିକି କାହିଁକି ଆସିଅଛ?
8. ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ଵରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ ।
9. ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ଵରୂପ ହେବି?
10. ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ ।
11. ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ଵରୂପ ଓ ଶାସନକର୍ତ୍ତା କଲେ; ପୁଣି ପୁଣି ଯିପ୍ତହ ମିସ୍ପୀରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ ।
12. ଅନନ୍ତର ଯିପ୍ତହ ଅମ୍ମୋନ୍-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋର ସହିତ ତୁମ୍ଭର ବିଷୟ କି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?
13. ତହିଁରେ ଅମ୍ମୋନ୍-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ନିର୍ବିରୋଧରେ ତାହା ଫେରାଇ ଦିଅ ।
14. ତହିଁରେ ଯିପ୍ତହ ଅମ୍ମୋନ୍-ସନ୍ତାନଗଣର ରାଜା ନିକଟକୁ ପୁନର୍ବାର ଦୂତ ପଠାଇ ତାହାକୁ କହିଲେ;
15. ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ୍-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ ।
16. ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶ୍ରେ ଉପସ୍ଥିତ ହେଲେ ।
17. ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ମାତ୍ର ଇଦୋମର ରାଜା ଶୁଣିଲା ନାହିଁ । ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶ୍ରେ ରହିଲେ ।
18. ଏଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ୍ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନ୍ର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା ।
19. ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ୍ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।
20. ମାତ୍ର ସୀହୋନ୍ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ଵାସ କଲା ନାହିଁ; ପୁଣି ସୀହୋନ୍ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା ।
21. ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସୀହୋନ୍କୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ । ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ଦେଶ ଅଧିକାର କଲେ ।
22. ସେମାନେ ଅର୍ଣ୍ଣୋନ୍‍ଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ ।
23. ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ?
24. ତୁମ୍ଭର କମୋଶ୍ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ ।
25. କୁହ ଦେଖି, ତୁମ୍ଭେ କି ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍ଠାରୁ କିଛି ଅଧିକ? ସେ କି ଇସ୍ରାଏଲ ସଙ୍ଗେ କେବେ ବିବାଦ କରିଥିଲେ? ଅବା ସେ କି କେବେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ?
26. ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ୍ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପ-ନଗରରେ, ଆଉ ଅର୍ଣ୍ଣୋନ୍ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?
27. ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରିନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ୍-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ ।
28. ତଥାପି ଯିପ୍ତହଙ୍କ ପ୍ରେରିତ କଥା ଅମ୍ମୋନ୍-ସନ୍ତାନଗଣର ରାଜା ଶୁଣିଲା ନାହିଁ ।
29. ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପୀକି ଗଲେ ଓ ଗିଲୀୟଦସ୍ଥିତ ମିସ୍ପୀରୁ ଅମ୍ମୋନ୍-ସନ୍ତାନଗଣ ନିକଟକୁ ଗଲେ ।
30. ସେ ସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, ଯେବେ ତୁମ୍ଭେ ଅମ୍ମୋନ୍-ସନ୍ତାନମାନଙ୍କୁ ନିତା; ମୋହର ହସ୍ତରେ ସମର୍ପଣ କରିବ,
31. ତେବେ ମୁଁ ଅମ୍ମୋନ୍-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ଵାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି ।
32. ଏ ଉତ୍ତାରେ ଯିପ୍ତହ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ ।
33. ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍-କରାମୀମ୍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ । ଏରୂପେ ଅମ୍ମୋନ୍-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ ।
34. ଅନନ୍ତର ଯିପ୍ତହ ମିସ୍ପୀରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା ।
35. ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, ହାୟ, ହାୟ, ଆମ୍ଭର କନ୍ୟେଣ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ ।
36. ତହିଁରେ ସେ ତାଙ୍କୁ କହିଲା, ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ୍-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି ।
37. ଆହୁରି ସେ ଆପଣା ପିତାକୁ କହିଲା, ମୋʼ ପାଇଁ ଏହି କଥା କରାଯାଉନ୍ତମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ଵ ବିଷୟରେ ବିଳାପ କରିବି ।
38. ତହୁଁ ସେ କହିଲେ, ଯାଅ । ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ଵ ବିଷୟରେ ବିଳାପ କଲେ ।
39. ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ । ସେ ପୁରୁଷର ପରିଚୟ ପାଇ ନ ଥିଲା ।
40. ତଦବଧି ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା ।

Notes

No Verse Added

Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 21
1 2
3 4 5 6 7 8 9 10 11 12 13 14 15 16 17 18 19
20 21
ବିଚାରକର୍ତାମାନଙ୍କ ବିବରଣ 11:36
1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା-ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା । 2 ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହା ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର । 3 ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ୍ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଗାଡ଼ି ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ । 4 କିଛି କାଳ ପରେ ଅମ୍ମୋନ୍-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ । 5 ପୁଣି ଅମ୍ମୋନ୍-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ୍ ଦେଶରୁ ଆଣିବାକୁ ଗଲେ । 6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ । 7 ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ି ଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଛ ବୋଲି ମୋର କତିକି କାହିଁକି ଆସିଅଛ? 8 ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ଵରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ । 9 ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ଵରୂପ ହେବି? 10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ । 11 ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ଵରୂପ ଓ ଶାସନକର୍ତ୍ତା କଲେ; ପୁଣି ପୁଣି ଯିପ୍ତହ ମିସ୍ପୀରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ । 12 ଅନନ୍ତର ଯିପ୍ତହ ଅମ୍ମୋନ୍-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋର ସହିତ ତୁମ୍ଭର ବିଷୟ କି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ? 13 ତହିଁରେ ଅମ୍ମୋନ୍-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ନିର୍ବିରୋଧରେ ତାହା ଫେରାଇ ଦିଅ । 14 ତହିଁରେ ଯିପ୍ତହ ଅମ୍ମୋନ୍-ସନ୍ତାନଗଣର ରାଜା ନିକଟକୁ ପୁନର୍ବାର ଦୂତ ପଠାଇ ତାହାକୁ କହିଲେ; 15 ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ୍-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ । 16 ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶ୍ରେ ଉପସ୍ଥିତ ହେଲେ । 17 ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ମାତ୍ର ଇଦୋମର ରାଜା ଶୁଣିଲା ନାହିଁ । ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶ୍ରେ ରହିଲେ । 18 ଏଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ୍ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନ୍ର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା । 19 ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ୍ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ। 20 ମାତ୍ର ସୀହୋନ୍ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ଵାସ କଲା ନାହିଁ; ପୁଣି ସୀହୋନ୍ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା । 21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସୀହୋନ୍କୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ । ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ଦେଶ ଅଧିକାର କଲେ । 22 ସେମାନେ ଅର୍ଣ୍ଣୋନ୍‍ଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ । 23 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ? 24 ତୁମ୍ଭର କମୋଶ୍ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ । 25 କୁହ ଦେଖି, ତୁମ୍ଭେ କି ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍ଠାରୁ କିଛି ଅଧିକ? ସେ କି ଇସ୍ରାଏଲ ସଙ୍ଗେ କେବେ ବିବାଦ କରିଥିଲେ? ଅବା ସେ କି କେବେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ? 26 ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ୍ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପ-ନଗରରେ, ଆଉ ଅର୍ଣ୍ଣୋନ୍ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ? 27 ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରିନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ୍-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ । 28 ତଥାପି ଯିପ୍ତହଙ୍କ ପ୍ରେରିତ କଥା ଅମ୍ମୋନ୍-ସନ୍ତାନଗଣର ରାଜା ଶୁଣିଲା ନାହିଁ । 29 ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପୀକି ଗଲେ ଓ ଗିଲୀୟଦସ୍ଥିତ ମିସ୍ପୀରୁ ଅମ୍ମୋନ୍-ସନ୍ତାନଗଣ ନିକଟକୁ ଗଲେ । 30 ସେ ସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, ଯେବେ ତୁମ୍ଭେ ଅମ୍ମୋନ୍-ସନ୍ତାନମାନଙ୍କୁ ନିତା; ମୋହର ହସ୍ତରେ ସମର୍ପଣ କରିବ, 31 ତେବେ ମୁଁ ଅମ୍ମୋନ୍-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ଵାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି । 32 ଏ ଉତ୍ତାରେ ଯିପ୍ତହ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ । 33 ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍-କରାମୀମ୍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ । ଏରୂପେ ଅମ୍ମୋନ୍-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ । 34 ଅନନ୍ତର ଯିପ୍ତହ ମିସ୍ପୀରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା । 35 ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, ହାୟ, ହାୟ, ଆମ୍ଭର କନ୍ୟେଣ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ । 36 ତହିଁରେ ସେ ତାଙ୍କୁ କହିଲା, ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ୍-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି । 37 ଆହୁରି ସେ ଆପଣା ପିତାକୁ କହିଲା, ମୋʼ ପାଇଁ ଏହି କଥା କରାଯାଉନ୍ତମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ଵ ବିଷୟରେ ବିଳାପ କରିବି । 38 ତହୁଁ ସେ କହିଲେ, ଯାଅ । ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ଵ ବିଷୟରେ ବିଳାପ କଲେ । 39 ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ । ସେ ପୁରୁଷର ପରିଚୟ ପାଇ ନ ଥିଲା । 40 ତଦବଧି ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 21
1 2
3 4 5 6 7 8 9 10 11 12 13 14 15 16 17 18 19
20 21
Common Bible Languages
West Indian Languages
×

Alert

×

oriya Letters Keypad References