ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲେବୀୟ ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ଵଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ ।
3. ହାରୋଣ ସମାଗମ-ତମ୍ଵୁ ମଧ୍ୟରେ ସାକ୍ଷ୍ୟସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
4. ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ ।
5. ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ ।
6. ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ ।
7. ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୋଟୀର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
8. ପୁଣି, ଯାଜକ ପ୍ରତି ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ ।
9. ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି ।
10. ଅନନ୍ତର ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ-ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା ।
11. ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ । ତାହାର ମାତାର ନାମ ଶଲୋମୀତ୍, ସେ ଦାନ ବଂଶୀୟ ଦିବ୍ରିର କନ୍ୟା ଥିଲା ।
12. ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ ।
13. ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
14. ଯେଉଁ ଲୋକ ଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ତଳୀ ପଥର ମାରି ତାହାକୁ ବଧ କରନ୍ତୁ ।
15. ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେ କେହି ଆପଣା ପରମେଶ୍ଵରଙ୍କୁ ଶାପ ଦିଏ, ସେ ଆପଣା ପାପ ବହିବ ।
16. ପୁଣି, ଯେ କେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ତଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ଵଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ ।
17. ଆଉ, ଯେ କେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ;
18. ପୁଣି, ଯେ କେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ ।
19. ଆଉ, କୌଣସି ମନୁଷ୍ୟ ଯେବେ ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେପରି ତାହା ପ୍ରତି କରାଯିବ
20. କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ ।
21. ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ ।
22. ବିଦେଶୀ ହେଉ କି ସ୍ଵଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
23. ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ । ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ ।
Total 27 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 24 / 27
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ଵଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ । 3 ହାରୋଣ ସମାଗମ-ତମ୍ଵୁ ମଧ୍ୟରେ ସାକ୍ଷ୍ୟସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି । 4 ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ । 5 ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ । 6 ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ । 7 ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୋଟୀର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ । 8 ପୁଣି, ଯାଜକ ପ୍ରତି ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ । 9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି । 10 ଅନନ୍ତର ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ-ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା । 11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ । ତାହାର ମାତାର ନାମ ଶଲୋମୀତ୍, ସେ ଦାନ ବଂଶୀୟ ଦିବ୍ରିର କନ୍ୟା ଥିଲା । 12 ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ । 13 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, 14 ଯେଉଁ ଲୋକ ଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ତଳୀ ପଥର ମାରି ତାହାକୁ ବଧ କରନ୍ତୁ । 15 ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେ କେହି ଆପଣା ପରମେଶ୍ଵରଙ୍କୁ ଶାପ ଦିଏ, ସେ ଆପଣା ପାପ ବହିବ । 16 ପୁଣି, ଯେ କେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ତଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ଵଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ । 17 ଆଉ, ଯେ କେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ; 18 ପୁଣି, ଯେ କେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ । 19 ଆଉ, କୌଣସି ମନୁଷ୍ୟ ଯେବେ ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେପରି ତାହା ପ୍ରତି କରାଯିବ 20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ । 21 ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ । 22 ବିଦେଶୀ ହେଉ କି ସ୍ଵଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ । 23 ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ । ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ ।
Total 27 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 24 / 27
×

Alert

×

Oriya Letters Keypad References