2. ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି ।
|
4. ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ ।
|
5. ସେଥିରେ ସେ ସେମାନଙ୍କ ହୃଦୟର ଜଡ଼ତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଆଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି ଭଲ ହୋଇଗଲା ।
|
6. ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟ-ମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ ।
|
7. ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା,
|
8. ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ଵ, ପୁଣି ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ ।
|
9. ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନାହା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
|
10. କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁ ଥିଲେ ।
|
11. ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ଵରଙ୍କ ପୁତ୍ର ।
|
13. ଯୀଶୁ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ ।
|
14. ପୁଣି, ସେ ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
|
17. ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
|
21. ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ନେଇଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି ।
|
22. ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ,ଏହାକୁ ବାଆଲ୍ଜିବୂଲ୍ ଲାଗିଛି, ପୁଣି ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ ।
|
23. ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
|
26. ସେହିପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି ।
|
27. ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ ।
|
28. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନ-ମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ଵରନିନ୍ଦା କରନ୍ତି, ସେସମସ୍ତ କ୍ଷମା କରାଯିବ;
|
29. କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନ; ପାପରେ ଦୋଷୀ ଅଟେ ।
|
32. ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକ-ସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମାଆ, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି ।
|
34. ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମାଆ ଓ ମୋହର ଭାଇମାନେ ।
|