1. ଅନନ୍ତର ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
|
2. ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ ।
|
3. ପୁଣି ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ ।
|
5. ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ଵୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟ-ମାନଙ୍କୁ ତାହାସବୁ ଦେବ ।
|
8. ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ ।
|
9. ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବହିଲେ ।
|
10. ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ ।
|
11. ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ ।
|
13. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
17. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର ।
|
19. ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
23. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର ।
|
25. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
29. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବର ଉପହାର ।
|
31. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
35. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର ।
|
37. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
41. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର ।
|
43. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
47. ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫର ଉପହାର ।
|
49. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
53. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର ।
|
55. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
59. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର ।
|
61. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
65. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍ର ଉପହାର ।
|
67. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
71. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର ।
|
73. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
77. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର ।
|
79. ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
|
83. ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଐନନର ପୁତ୍ର ଅହୀରର ଉପହାର ।
|
84. ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ଵାରା ଦତ୍ତ ହୋଇଥିଲା; ରୂପାର ଦ୍ଵାଦଶ ଥାଳୀ ଓ ରୂପାର ଦ୍ଵାଦଶ କୁଣ୍ତ ଓ ସ୍ଵର୍ଣ୍ଣର ଦ୍ଵାଦଶ ଚମସ;
|
85. ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ତ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;
|
86. ପୁଣି ଧୂପପୂର୍ଣ୍ଣ ଦ୍ଵାଦଶ ସ୍ଵର୍ଣ୍ଣ ଚମସ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚମସର ସମସ୍ତ ସ୍ଵର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା ।
|
87. ହୋମ ନିମନ୍ତେ ସମୁଦାୟ ଦ୍ଵାଦଶ ଗୋରୁ ଓ ଦ୍ଵାଦଶ ମେଷ ଓ ଏକବର୍ଷୀୟ ଦ୍ଵାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ଵାଦଶ ଛାଗ;
|
88. ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ ଓ ଷାଠିଏ ମେଷ ଓ ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର ।
|
89. ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ଵୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ଵୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି ସେ ତାଙ୍କ ସହିତ କଥା କହିଲେ ।
|