1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ ।
|
4. କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ଵାରେ ନାହିଁ ।
|
8. ଯେବେ ମୁଁ ସ୍ଵର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ । ଯେବେ ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
|
12. ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ ।
|
14. ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ ।
|
15. ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା ।
|
16. ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ତ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା ।
|
18. ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ ।
|
19. ହେ ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ ।
|
20. କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି ।
|
21. ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?
|
23. ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ;
|