1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର ।
|
2. ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ ।
|
3. ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ ।
|
5. ଭକ୍ତଗଣ ଗୌରବରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ । ସେମାନଙ୍କ କଣ୍ଠରେ ପରମେଶ୍ଵରଙ୍କ ଉଚ୍ଚ ପ୍ରଶଂସା ଥାଉ;
|
9. ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
|