1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମଣ!
|
2. ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ ।
|
3. ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ଵର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
|
6. ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ ।
|
7. ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି ।
|
8. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ଵର, କର୍ଣ୍ଣପାତ କର । ସେଲା
|
10. କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ଵୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ଵରଙ୍କ ଗୃହରେ ଦ୍ଵାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ ।
|
11. କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ ।
|