1. ଅନନ୍ତର ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ ଯାତ୍ରା. ୨୫:୧୦-୨୦
|
3. ପୁଣି ତହିଁର ଚାରି କୋଣ ନିମନ୍ତେ ଚାରି ସ୍ଵର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ଵରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ଵରେ ଦୁଇ କଡ଼ା ଦେଲେ ।
|
8. ତହିଁର ଏକ ମୁଣ୍ତରେ ଏକ କିରୂବ ଓ ଅନ୍ୟ ମୁଣ୍ତରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ତରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ ।
|
9. ପୁଣି କିରୂବମାନଙ୍କର ପକ୍ଷ ଊର୍ଦ୍ଧ୍ଵବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା ।
|
10. ତହିଁ ଉତ୍ତାରୁ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ ।
|
12. ପୁଣି ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ ।
|
16. ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀଓ ଚମସ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ ।
|
17. ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା ।
|
18. ସେହି ଦୀପବୃକ୍ଷର ଏକ ପାର୍ଶ୍ଵରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ଵରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ଵରୁ ନିର୍ଗତ ହେଲା ।
|
19. ପୁଣି ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା ।
|
21. ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ଵୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ଵୟର ତଳେ ଏକ କଳିକା ରହିଲା ।
|
25. ଅନନ୍ତର ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା ।
|
26. ଆଉ, ତାହା ଓ ତହିଁର ପୃଷ୍ଠ ଓ ତହିଁର ଚାରି ପାର୍ଶ୍ଵ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ ।
|
27. ପୁଣି ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ଵର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ ।
|
29. ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧିଦ୍ରବ୍ୟ ପ୍ରସ୍ତୁତ କଲେ ।
|