1. ଅତଏବ, ହେ ସ୍ଵର୍ଗୀୟ ଆହ୍ଵାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ଵାସ ମତାନୁସାରେ ପ୍ରେରିତ ଓ ମହାଯାଜକ। ଯୀଶୁଙ୍କ ବିଷୟ ଭାବି ଦେଖ;
|
3. ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ସେ ମୋଶାଙ୍କ ଅପେକ୍ଷା ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି ।
|
4. ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ଵାରା ସ୍ଥାପିତ, କିନ୍ତୁ ସମସ୍ତ ବିଷୟର ଯେ ସ୍ଥାପନକର୍ତ୍ତା, ସେ ଈଶ୍ଵର ।
|
5. ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ଵରୂପେ ପ୍ରକୃତରେ ବିଶ୍ଵସ୍ତ ଥିଲେ ।
|
6. କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ଵରୂପେ ବିଶ୍ଵସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ଵରୂପଙ୍କ ।
|
8. ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଓ ପ୍ରାନ୍ତରରେ ପରୀକ୍ଷା ଦିନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର;
|
9. ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ ।
|
10. ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି ।
|
12. ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ଵରଙ୍କଠାରୁବିମୁଖକାରୀ ଦୁଷ୍ଟ, ଅବିଶ୍ଵାସୀ ହୃଦୟ ତୁମ୍ଭ-ମାନଙ୍କର କାହାରିଠାରେ ନ ଥାଏ ।
|
13. କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ଵାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
|
14. କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ଵାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।
|
15. ଉକ୍ତ ଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର ।
|
16. ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ଵାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେସମସ୍ତେ କଅଣ ନୁହନ୍ତି?
|
17. ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?
|
18. ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?
|