1. ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ ।
|
2. ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ ।
|
3. ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା ।
|
4. କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,
|
6. ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା ।
|
9. ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ ।
|
13. ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା । ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା ।
|
15. ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭଶାବକ ଉପରେ ଆରୋହଣ କରି ଆସୁଅଛନ୍ତି ।
|
16. ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହିସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ଵିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ଵନ୍ଧରେ ଲେଖାଯାଇଥିଲା, ପୁଣି ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା ।
|
17. ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ ।
|
18. ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ ।
|
19. ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି ।
|
21. ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା ।
|
24. ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ ।
|
25. ଯେ ଆପଣା ପ୍ରାଣକୁ ପ୍ରିୟଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହ-ଜଗତରେ ଘୃଣା କରେ, ସେ ତାହା ଅନ; ଜୀବନ ନିମନ୍ତେ ରକ୍ଷା କରିବ ।
|
26. କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ ।
|
27. ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି ।
|
28. ପିତଃ, ଆପଣା ନାମ ମହିମାନ୍ଵିତ କର । ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ଵିତ କରିଅଛୁ, ଆଉ ପୁନର୍ବାର ମହିମାନ୍ଵିତ କରିବୁ ।
|
29. ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି ।
|
34. ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଚିରକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ଵକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?
|
35. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।
|
36. ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ଵାସ କର । ଯୀଶୁ ଏହିସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ ।
|
37. କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ଵାସ କରୁ ନ ଥିଲେ,
|
38. ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ଵାଦ ବିଶ୍ଵାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
|
40. ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
|
42. ତଥାପି ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ, କିନ୍ତୁ କାଳେ ସେମାନେ ସମାଜଚ୍ୟୁତ ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ଵୀକାର କରୁ ନ ଥିଲେ,
|
44. ଯୀଶୁ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼଠାରେ ବିଶ୍ଵାସ କରେ, ସେ ମୋʼଠାରେ ବିଶ୍ଵାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ଵାସ କରେ;
|
46. ଯେକେହି ମୋʼଠାରେ ବିଶ୍ଵାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି ।
|
47. କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି ।
|
48. ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ ।
|
49. କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
|
50. ପୁଣି, ତାହାଙ୍କ ଆଜ୍ଞା ଯେ ଅନ; ଜୀବନ, ଏହା ମୁଁ ଜାଣେ । ଅତଏବ, ମୁଁ ଯେ ଯେ କଥା କହେ, ପିତା ମୋତେ ଯେପରି କହିଅଛନ୍ତି, ସେହିପରି କହେ ।
|