1. ସେତେବେଳେ ସ୍ଵର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ସଦୃଶ ହେବ; ସେମାନେ ଆପଣା ଆପଣା ପ୍ରଦୀପ ଘେନି ବରଙ୍କ ସହିତ ସାକ୍ଷାତ କରିବାକୁ ବାହାରିଲେ ।
|
8. କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି ।
|
9. ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ତୁମ ଆମ ପାଇଁ ତ ଅଣ୍ଟିବ ନାହିଁ, ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣିଆଣ ।
|
10. କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ଵାର ବନ୍ଦ କରାଗଲା ।
|
14. କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଆହ୍ଵାନ କରି ସେମାନଙ୍କ ହସ୍ତରେ ନିଜର ସର୍ବସ୍ଵ ସମର୍ପଣ କଲେ, ସ୍ଵର୍ଗରାଜ୍ୟ ସେହିପରି ।
|
15. ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ ।
|
20. ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ଘେନି ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି ।
|
21. ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।
|
22. ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି ।
|
23. ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।
|
24. ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଆନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି ।
|
26. କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ?
|
27. ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ତୋର ଉଚିତ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି ।
|
29. କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
|
31. ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ଵମହିମାରେ ଆଗମନ କରିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ,
|
32. ପୁଣି ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଯେପରି ଛାଗଠାରୁ ମେଷ ପୃଥକ୍ କରେ, ସେହିପରି ସେ ସେମାନଙ୍କୁ ପରସ୍ପରଠାରୁ ପୃଥକ୍ କରି,
|
34. ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ଵସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦ-ପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିର ଅଧିକାରୀ ହୁଅଣ;
|
35. କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ;
|
36. ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ପୀଡ଼ିତ ଥିଲି, ମୋତେ ସଂଖୋଳିଲ; କାରାଗାରରେ ଥିଲି, ମୋʼ ନିକଟକୁ ଆସିଲ ।
|
37. ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ,ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ?
|
40. ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋʼ ପ୍ରତି ହିଁ ତାହା କରିଅଛ ।
|
41. ତତ୍ପରେ ସେ ବାମ ପାର୍ଶ୍ଵସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋʼ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନ; ଅଗ୍ନି ମଧ୍ୟକୁ ପ୍ରସ୍ଥାନ କର,
|
42. କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ;
|
43. ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ପୀଡ଼ିତ ଓ କାରାଗାରସ୍ଥ ଥିଲି, ମୋତେ ସଂଖୋଳିଲ ନାହିଁ ।
|
44. ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ, କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?
|
45. ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରତମମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋʼ ପ୍ରତି ହିଁ ତାହା କରି ନାହଁ ।
|