1. ଆସଫର ଗୀତ । ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର କଥା କହିଅଛନ୍ତି ଯିଶା.୯:୬ ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକି ଆହ୍ଵାନ କରିଅଛନ୍ତି ।
|
3. ଆମ୍ଭମାନଙ୍କର ପରମେଶ୍ଵର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟ; ଝଡ଼ମୟ ହେବ ।
|
7. ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର,
|
8. ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି ।
|
14. ତୁମ୍ଭେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
|
16. ମାତ୍ର ଦୁଷ୍ଟକୁ ପରମେଶ୍ଵର କହନ୍ତି, ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?
|
21. ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା ।
|
22. ହେ ପରମେଶ୍ଵରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି ଉଦ୍ଧାର କରିବାକୁ କେହି ନ ଥିବ ।
|
23. ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ଵରଙ୍କ ପରିତ୍ରାଣ ଦେଖାଇବା ।
|