1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି ।
|
2. ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି ।
|
3. ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ ।
|
4. ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି ।
|
6. ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ ।
|
9. କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି । ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି ।
|
13. ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ ।
|
14. ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ ।
|
15. ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ ।
|
16. ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର ।
|
19. ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି ।
|
20. ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ ।
|
21. ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ ।
|
22. ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ ।
|
23. ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର ।
|
26. କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି ।
|
32. ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ ।
|
35. କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ ।
|
36. ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ ।
|