4. ଭାର୍ଯ୍ୟାର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ସ୍ଵାମୀର ଅଛି; ସେହିପ୍ରକାରେ ମଧ୍ୟ ସ୍ଵାମୀର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି ।
|
5. ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ ।
|
7. ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା । ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ଦାନ ପାଇଅଛି ।
|
9. ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ; କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ ।
|
10. କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ଵାମୀଠାରୁ ବିଭିନ୍ନ ନ ହେଉ,
|
11. (କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ଵାମୀ ସହିତ ମିଳିତ ହେଉ), ପୁଣି ସ୍ଵାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ ।
|
12. କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ଵାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାʼର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାକୁ ପରିତ୍ୟାଗ ନ କରୁ ।
|
13. ପୁଣି, ଯେଉଁ ସ୍ତ୍ରୀର ଅବିଶ୍ଵାସୀ ସ୍ଵାମୀ ଥାଏ, ଆଉ ସେ ତାʼର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ଵାମୀକୁ ପରିତ୍ୟାଗ ନ କରୁ ।
|
14. କାରଣ ଅବିଶ୍ଵାସୀ ସ୍ଵାମୀ ଭାର୍ଯ୍ୟା ହେତୁ ଶୁଚି କରାଯାଇଅଛି, ଆଉ ଅବିଶ୍ଵାସିନୀ ଭାର୍ଯ୍ୟା ସ୍ଵାମୀ ହେତୁ ଶୁଚି କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ଶୁଚି ।
|
15. ତଥାପି ଯଦି ଅବିଶ୍ଵାସୀ ବିଭିନ୍ନ ହେବାକୁ ଇଚ୍ଛା କରେ, ତେବେ ସେ ବିଭିନ୍ନ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହନ୍ତି; ଈଶ୍ଵର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ଵାନ କରିଅଛନ୍ତି ।
|
16. ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ଵାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ଵା ହେ ସ୍ଵାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?
|
17. କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ଵର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ଵାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ । ମୁଁ ସମସ୍ତ ମଣ୍ତଳୀରେ ଏହିପ୍ରକାର ଆଦେଶ ଦିଏ ।
|
18. କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ । କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ ।
|
21. ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇ ପାର, ତେବେ ବରଂ ସୁଯୋଗ ଅବଲମ୍ଵନ କର ।
|
22. କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଆହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ ।
|
25. କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ଵାସପାତ୍ର ହୋଇ ନିଜର ମତ ଦେଉଅଛି ।
|
27. ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ । ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ ।
|
28. କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ । ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ; ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା ।
|
29. କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ ।
|
30. ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
|
31. ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି ।
|
32. କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା । ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;
|
33. କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାʼର ମନ ବିଭକ୍ତ ହୁଏ ।
|
34. ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ।। ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ଵାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ ।
|
35. ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି ।
|
36. କିନ୍ତୁ, ଯଦି କୌଣସି ଲୋକ ନିଜ କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହାପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ ।
|
37. କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ ।
|
39. ସ୍ଵାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ଵାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ଵାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ଵାଧୀନ।
|
40. କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ଵରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ ।
|