ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯାକୁବଙ୍କ ପତ୍
1. ଈଶ୍ଵରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ଵାଦଶ ଗୋଷ୍ଠୀଙ୍କୁ ନମସ୍କାର ।
2. ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
3. ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ଵାସ ଯେ ଧୈର୍ଯ୍ୟ ଉତ୍ପନ୍ନ କରେ, ଏହା ତ ଜାଣିଅଛ ।
4. ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ଧୈର୍ଯ୍ୟ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ ।
5. କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ଵର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।
6. କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ଵାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ ।
7. ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
8. ସେ ତ ଦ୍ଵିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର ।
9. ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
10. ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ ।
11. ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ ।
12. ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।
13. କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ଵରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ଵର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ ।
14. କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ଵାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
15. ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।
16. ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ ।
17. ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ଵରୁ, ଅର୍ଥାତ୍, ଜ୍ୟୋତିର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।
18. ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମଫଳ ସ୍ଵରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ଵାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।
19. ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି କ୍ରୋଧ କରିବାରେ ଧୀର ହେଉ,
20. କାରଣ ମନୁଷ୍ୟର କ୍ରୋଧ ଈଶ୍ଵରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ ।
21. ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି, ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର ।
22. କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ ।
23. କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ଵାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,
24. ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କିପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ ।
25. କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ଵାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ ।
26. ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ଵାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା ।
27. ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ ।

ରେକର୍ଡଗୁଡିକ

Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 5
1 2 3 4 5
1 ଈଶ୍ଵରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ଵାଦଶ ଗୋଷ୍ଠୀଙ୍କୁ ନମସ୍କାର । 2 ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, 3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ଵାସ ଯେ ଧୈର୍ଯ୍ୟ ଉତ୍ପନ୍ନ କରେ, ଏହା ତ ଜାଣିଅଛ । 4 ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ଧୈର୍ଯ୍ୟ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ । 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ଵର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ । 6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ଵାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ । 7 ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ; 8 ସେ ତ ଦ୍ଵିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର । 9 ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ, 10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ । 11 ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ । 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ । 13 କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ଵରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ଵର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ । 14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ଵାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ; 15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ । 16 ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ । 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ଵରୁ, ଅର୍ଥାତ୍, ଜ୍ୟୋତିର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ । 18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମଫଳ ସ୍ଵରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ଵାରା ଆମ୍ଭମାନଙ୍କୁ ଜନ୍ମ ଦେଲେ । 19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି କ୍ରୋଧ କରିବାରେ ଧୀର ହେଉ, 20 କାରଣ ମନୁଷ୍ୟର କ୍ରୋଧ ଈଶ୍ଵରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ । 21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି, ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର । 22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ । 23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ଵାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, 24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କିପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ । 25 କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ଵାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ । 26 ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ଵାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା । 27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 5
1 2 3 4 5
×

Alert

×

Oriya Letters Keypad References