2. ସେଥିରେ ତାହାଙ୍କ ନିକଟରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି ଲୋକସମୂହ କୂଳରେ ଠିଆ ହୋଇ ରହିଲେ ।
|
8. ମାତ୍ର ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ, କେତେକ ଷାଠିଏ ଗୁଣ, ପୁଣି କେତେକ ତିରିଶ ଗୁଣ ।
|
10. ଏଥିଉତ୍ତାରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛନ୍ତି?
|
11. ଯୀଶୁ ଉତ୍ତର ଦେଲେ, କାରଣ ସ୍ଵର୍ଗରାଜ୍ୟର ନିଗୂଢ଼ ତତ୍ତ୍ଵସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ ।
|
12. ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
|
13. ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛି ।
|
14. ଆଉ, ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ଵନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
|
15. କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
|
17. କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ବାଞ୍ଛା କଲେ, କିନ୍ତୁଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ବାଞ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
|
19. ଯେକେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।
|
20. ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,
|
21. ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
|
22. ଯେ ବାକ୍ୟ ଶୁଣେ, ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।
|
23. କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
|
24. ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣିଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
|
27. ସେଥିରେ ଗୃହକର୍ତ୍ତାଙ୍କ ଦାସମାନେ ତାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା?
|
28. ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାଙ୍କୁ କହିଲେ, ତେବେ ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା?
|
30. ଶସ୍ୟ ନ କାଟିବା ଯାଏ ଦୁହିଁକି ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋʼ ଅମାରରେ ସଂଗ୍ରହ କରି ରଖ ।
|
31. ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତରେ ବୁଣିଲା ।
|
32. ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାଗଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି ।
|
33. ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ଵର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା ।
|
34. ଏହିସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ଲୋକ-ସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
|
35. ଯେପରି ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ଵାରା କଥା କହିବା, ଜଗତର ପତ୍ତନାବଧି ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା ।
|
36. ପରେ ସେ ଲୋକସମୂହକୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ ।
|
41. ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପ୍ରେରଣ କରିବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
|
43. ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ ।
|
44. ସ୍ଵର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ । ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।
|
48. ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ, ପୁଣି ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ, କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ ।
|
52. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ ।
|
54. ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟନ୍ଵିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା?
|
55. ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାଁ କଅଣ ମରୀୟମ ନୁହେଁ? ପୁଣି ଏହାର ଭାଇମାନଙ୍କ ନାଁ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୁଦା ନୁହେଁ?
|
57. ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ଵପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
|