ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟପରିହିତା ଜଣେଣସ୍ତ୍ରୀଲୋକ, ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ଵାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ ।
2. ସେ ଗର୍ଭବତୀ ହୋଇ ପ୍ରସବବେଦନାରେ ଆର୍ତ୍ତସ୍ଵର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ ।
3. ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲୋହିତବର୍ଣ୍ଣ ପ୍ରକାଣ୍ତ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି ମସ୍ତକଗୁଡ଼ିକ ଉପରେ ସପ୍ତ ମୁକୁଟ ।
4. ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଆକର୍ଷଣ କରି ପୃଥିବୀରେ ନିକ୍ଷେପ କଲା । ଆଉ ସେହି ସର୍ପ ପ୍ରସବ କରିବାକୁ ଉଦ୍ୟତ ସ୍ତ୍ରୀଲୋକ ପ୍ରସବ କରିବାମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।
5. ଯେ ସମସ୍ତ ଜାତିଙ୍କୁ ଲୌହଦଣ୍ତରେ ଶାସନ କରିବେ, ଏପରି ଏକ ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ଵର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ ।
6. ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ପଳାୟନ କଲେ, ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ଵରଙ୍କ କର୍ତ୍ତୃକ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।
7. ତତ୍ପରେ ସ୍ଵର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ । ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8. କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି ସ୍ଵର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।
9. ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ତ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।
10. ସେତେବେଳେ ମୁଁ ସ୍ଵର୍ଗରେ ଏହି ଉଚ୍ଚ ସ୍ଵର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ଵରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭ୍ରାତୃଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।
11. ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ଵାରା ତାହାକୁ ଜୟ କରିଅଛନ୍ତି, ପୁଣି ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।
12. ଅତଏବ, ହେ ସ୍ଵର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି ।
13. ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା ।
14. ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଶପକ୍ଷୀର ଦୁଇଟି ପକ୍ଷ ଦତ୍ତ ହେଲା ।
15. ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା ।
16. କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସ୍ତ୍ରୀଲୋକଙ୍କର ସାହାଯ୍ୟ କଲା ।
17. ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ଵରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା ।
18. ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା ।

Notes

No Verse Added

Total 22 Chapters, Current Chapter 12 of Total Chapters 22
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12
1. ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟପରିହିତା ଜଣେଣସ୍ତ୍ରୀଲୋକ, ତାହାଙ୍କ ପାଦ ତଳେ ଚନ୍ଦ୍ର ମସ୍ତକରେ ଦ୍ଵାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ
2. ସେ ଗର୍ଭବତୀ ହୋଇ ପ୍ରସବବେଦନାରେ ଆର୍ତ୍ତସ୍ଵର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ
3. ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲୋହିତବର୍ଣ୍ଣ ପ୍ରକାଣ୍ତ ସର୍ପ, ତାହାର ସପ୍ତ ମସ୍ତକ ଦଶ ଶୃଙ୍ଗ, ପୁଣି ମସ୍ତକଗୁଡ଼ିକ ଉପରେ ସପ୍ତ ମୁକୁଟ
4. ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଆକର୍ଷଣ କରି ପୃଥିବୀରେ ନିକ୍ଷେପ କଲା ଆଉ ସେହି ସର୍ପ ପ୍ରସବ କରିବାକୁ ଉଦ୍ୟତ ସ୍ତ୍ରୀଲୋକ ପ୍ରସବ କରିବାମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା
5. ଯେ ସମସ୍ତ ଜାତିଙ୍କୁ ଲୌହଦଣ୍ତରେ ଶାସନ କରିବେ, ଏପରି ଏକ ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ଵର ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ
6. ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ପଳାୟନ କଲେ, ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ଵରଙ୍କ କର୍ତ୍ତୃକ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା
7. ତତ୍ପରେ ସ୍ଵର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ ସେଥିରେ ସେହି ସର୍ପ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8. କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି ସ୍ଵର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ
9. ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ତ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା
10. ସେତେବେଳେ ମୁଁ ସ୍ଵର୍ଗରେ ଏହି ଉଚ୍ଚ ସ୍ଵର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ଵରଙ୍କ ପରିତ୍ରାଣ, ପରାକ୍ରମ ରାଜ୍ୟ ପୁଣି ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭ୍ରାତୃଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି
11. ଆଉ ସେମାନେ ମେଷଶାବକଙ୍କ ରକ୍ତ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ଵାରା ତାହାକୁ ଜୟ କରିଅଛନ୍ତି, ପୁଣି ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ଥିଲେ
12. ଅତଏବ, ହେ ସ୍ଵର୍ଗ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି
13. ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା
14. ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଶପକ୍ଷୀର ଦୁଇଟି ପକ୍ଷ ଦତ୍ତ ହେଲା
15. ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା
16. କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସ୍ତ୍ରୀଲୋକଙ୍କର ସାହାଯ୍ୟ କଲା
17. ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ଵରଙ୍କ ଆଜ୍ଞା ପାଳନ କରନ୍ତି ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା
18. ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା
Total 22 Chapters, Current Chapter 12 of Total Chapters 22
×

Alert

×

oriya Letters Keypad References