ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ଵଳ, ପୁଣି ଈଶ୍ଵର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି ।
2. ସେହି ନଦୀର ଉଭୟ ପାର୍ଶ୍ଵରେ ଦ୍ଵାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତି ମାସରେ ଫଳ ଫଳେ, ପୁଣି ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ ।
3. କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ଵର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ ।
4. ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ ।
5. ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ଵର ସେମାନଙ୍କ ଉପରେ ଆଲୋକ ସ୍ଵରୂପ ହେବେ, ପୁଣି ସେମାନେ ଯୁଗେ ଯୁଗେ ରାଜତ୍ଵ କରିବେ ।
6. ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ଵର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତିୁ ।
7. ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ ।
8. ମୁଁ ଯୋହନ ସ୍ଵୟଂ ଏହିସମସ୍ତ ଶ୍ରବଣ ଓ ଦର୍ଶନ କଲି । ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହିସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି ।
9. କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀ-ମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର ।
10. ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ ।
11. ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର, ସେ ଆହୁରି ପବିତ୍ର ହେଉ ।
12. ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି ।
13. ଆମ୍ଭେ କ ଓ କ୍ଷ, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ ।
14. ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ଵାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରିଅଛନ୍ତି, ସେମାନେ ଧନ୍ୟ ।
15. କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।
16. ଆମ୍ଭେ ଯୀଶୁ, ମଣ୍ତଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ଵଳ ପ୍ରଭାତୀତାରା ।
17. ଆତ୍ମା ଓ କନ୍ୟା କହନ୍ତି, ଆସ । ପୁଣି ଯେ ଶୁଣେ, ସେ କହୁ, ଆସ । ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ ।
18. ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଳେଶଗୁଡ଼ିକ ଈଶ୍ଵର ତାହା ପ୍ରତି ଘଟାଇବେ;
19. ପୁଣି କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ଵର ଏହି ପୁସ୍ତକରେ ଲିଖିତ ଜୀବନ ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ ।
20. ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ । ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ ।
21. ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 22
1 ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ଵଳ, ପୁଣି ଈଶ୍ଵର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି । 2 ସେହି ନଦୀର ଉଭୟ ପାର୍ଶ୍ଵରେ ଦ୍ଵାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତି ମାସରେ ଫଳ ଫଳେ, ପୁଣି ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ । 3 କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ଵର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ । 4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ । 5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ଵର ସେମାନଙ୍କ ଉପରେ ଆଲୋକ ସ୍ଵରୂପ ହେବେ, ପୁଣି ସେମାନେ ଯୁଗେ ଯୁଗେ ରାଜତ୍ଵ କରିବେ । 6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ଵର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତିୁ । 7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ । 8 ମୁଁ ଯୋହନ ସ୍ଵୟଂ ଏହିସମସ୍ତ ଶ୍ରବଣ ଓ ଦର୍ଶନ କଲି । ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହିସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି । 9 କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀ-ମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର । 10 ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ । 11 ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର, ସେ ଆହୁରି ପବିତ୍ର ହେଉ । 12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି । 13 ଆମ୍ଭେ କ ଓ କ୍ଷ, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ । 14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ଵାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରିଅଛନ୍ତି, ସେମାନେ ଧନ୍ୟ । 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ । 16 ଆମ୍ଭେ ଯୀଶୁ, ମଣ୍ତଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ଵଳ ପ୍ରଭାତୀତାରା । 17 ଆତ୍ମା ଓ କନ୍ୟା କହନ୍ତି, ଆସ । ପୁଣି ଯେ ଶୁଣେ, ସେ କହୁ, ଆସ । ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ । 18 ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଳେଶଗୁଡ଼ିକ ଈଶ୍ଵର ତାହା ପ୍ରତି ଘଟାଇବେ; 19 ପୁଣି କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ଵର ଏହି ପୁସ୍ତକରେ ଲିଖିତ ଜୀବନ ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ । 20 ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ । ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ । 21 ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 22 / 22
×

Alert

×

Oriya Letters Keypad References