1. ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ ।
|
2. ସେଥିରେ ଆସିଆ ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ, ମାକିଦନିଆର ଆରିସ୍ତାର୍ଖ ନାମକ ଜଣେ ଥେସଲନୀକୀୟ ଲୋକ ଆମ୍ଭମାନଙ୍କ ସାଙ୍ଗରେ ଥିଲେ ।
|
3. ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ନିକଟକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ ।
|
7. ପରେ ଅନେକ ଦିନ ପର୍ଯ୍ୟନ୍ତ ଧୀରେ ଧୀରେ ଯାଇ କଷ୍ଟରେ କ୍ନିଦର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବା ପାଇଁ ଛାଡ଼ି ନ ଦେବାରୁ ସାଲ୍ମୋନୀର ସମ୍ମୁଖ ଦେଇ କ୍ରୀତୀର ଉହାଡ଼େ ଉହାଡ଼େ ଯାତ୍ରା କଲୁ,
|
9. ଏହିପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି ଜଳଯାତ୍ରା ବର୍ତ୍ତମାନ ସଙ୍କଟଜନକ ହୋଇପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ଗତ ହୋଇଥିଲା । ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
|
10. ମହାଶୟମାନେ, ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି ।
|
12. ଆଉ, ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନୀକ୍ସ୍ରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନୀକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣପୂର୍ବ ଅଭିମୁଖୀ ।
|
13. ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ଆପଣା ଆପଣାର ସଂକଳ୍ପ ସଫଳ ହେଲା ବୋଲି ମନେ କରି ଲଙ୍ଗର ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ ।
|
14. କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ଵିଲୋ ବୋଲି କହନ୍ତି, ସେହି ପ୍ରଚଣ୍ତ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା ।
|
16. ପୁଣି, କ୍ଳାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ଵୀପର ଉହାଡ଼ରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ତିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,
|
17. ଆଉ ସେମାନେ ତାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ ।
|
20. ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା ।
|
21. ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା ।
|
22. ଯାହାହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ ।
|
23. ଯେଣୁ ମୁଁ ଯେଉଁ ଈଶ୍ଵରଙ୍କର ଲୋକ, ପୁଣି ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋʼ ପାଖରେ ଠିଆ ହୋଇ କହିଲେ,
|
24. ପାଉଲ, ଭୟ କର ନାହିଁ; କାଇସରଙ୍କ ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀସମସ୍ତଙ୍କୁ ଈଶ୍ଵର ତୁମ୍ଭକୁ ଦାନ କରିଅଛନ୍ତି ।
|
25. ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ଵରଙ୍କଠାରେ ମୋହର ବିଶ୍ଵାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ ।
|
27. ଏହିରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ର ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ ।
|
28. ଏଣୁ ସେମାନେ ମାପ କରି କୋଡ଼ିଏ ବେଁ ପାଣି ପାଇଲେ, ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ପନ୍ଦର ବେଁ ପାଣି ପାଇଲେ ।
|
29. କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୂଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ପଛ ଭାଗରୁ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ ।
|
30. ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ତିକ ସମୁଦ୍ରକୁ ଓହ୍ଲାଇଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
|
33. ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି ।
|
34. ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଆପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ ।
|
35. ସେ ଏହିସବୁ କଥା କହି ରୋଟୀ ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।
|
39. ଦିନ ହୁଅନ୍ତେ, ସେସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ ।
|
40. ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ିଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦୌଡ଼ିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ ।
|
41. କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାʼର ସମ୍ମୁଖ ଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ତତାରେ ଭାଙ୍ଗିଯିବାକୁ ଲାଗିଲା ।
|
42. ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,
|
43. କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଂକଳ୍ପରୁ ସେମାନଙ୍କୁ କ୍ଷା; କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମରେ ସ୍ଥଳକୁ ଯାଉନ୍ତୁ,
|
44. ପୁଣି ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗାଖଣ୍ତ ଧରି ଯାଉନ୍ତୁ । ଏହିପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ ।
|