1. ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ରଚନା କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ ।
|
2. ଅନନ୍ତର ମୋଶା ସେହି ବତ୍ସଲେଲ ଓ ଅହଲୀୟାବକୁ ଓ ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ ।
|
3. ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ ।
|
5. ସଦାପ୍ରଭୁ ଯାହା ଯାହା ରଚନା କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି ।
|
6. ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ ।
|
8. ଅନନ୍ତର କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର ଓ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ ।
|
9. ପ୍ରତ୍ୟେକ ଯବନିକା ଅଠାଇଶ୍ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା ।
|
11. ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କଲେ; ଯୋଡ଼ସ୍ଥାନର ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ ।
|
12. ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ; ସେହି ଘୁଣ୍ତିଘରାସବୁ ପରସ୍ପର ସମ୍ମୁଖୀନ ରହିଲା ।
|
17. ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କଲେ ।
|
24. ପୁଣି ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ ।
|
29. ପୁଣି ତହିଁ ତଳେ ଯୋଡ଼ ରହିଲା ଓ ସେହିରୂପ ତହିଁର ମୁଣ୍ତରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ ।
|
32. ଓ ଅନ୍ୟ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେଲେ ।
|
34. ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ ।
|
35. ଅନନ୍ତର ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କଲେ ।
|
36. ପୁଣି ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ ।
|
37. ଆଉ, ସେ ତମ୍ଵୁଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ ।
|
38. ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କଡ଼ା କଲେ; ପୁଣି ସେହିସବୁର ମୁଣ୍ତାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା ।
|