1. ଅନନ୍ତର ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି ।
|
2. ଏଥିଉତ୍ତାରୁ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ । ହେବଲ ମେଷପାଳକ ଓ କୟିନ କୃଷକ ଥିଲେ ।
|
4. ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ । ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ ।
|
7. ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ଵମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ଵାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ଵ କରିବ ।
|
8. ଅନନ୍ତର କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ । ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ ।
|
9. ଅନନ୍ତର ସଦାପ୍ରଭୁ କୟିନଙ୍କୁ ପଚାରିଲେ, ତୁମ୍ଭ ଭାଇ ହେବଲ କେଉଁଠାରେ? ସେ କହିଲେ, ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?
|
11. ଏ ନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
|
12. ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ ।
|
14. ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ିଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହି ରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ ।
|
15. ଆଉ ସଦାପ୍ରଭୁ ତାଙ୍କୁ କହିଲେ, ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ତ ହେବ । ପୁଣି କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ ।
|
17. ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ ।
|
22. ସିଲ୍ଲାର ଗର୍ଭରେ ତୁବଲ-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା ।
|
23. ଅନନ୍ତର ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
|
25. ଏଥିଉତ୍ତାରୁ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରନିନିଧି) ଦେଲେ; ଯେହେତୁ ସେ କହିଲେ, ପରମେଶ୍ଵର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା ।
|
26. ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା । ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ ।
|