ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ତହିଁରେ ଆୟୁବ ଉତ୍ତର କରି କହିଲା,
2. ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛଣ!
3. ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
4. ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?
5. ପ୍ରେତଗଣ ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି ।
6. ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ ।
7. ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି ।
8. ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ ।
9. ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି ।
10. ସେ ଦୀପ୍ତି ଓ ଅନ୍ଧକାରର ପ୍ରା; ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି ।
11. ଆକାଶମଣ୍ତଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି ।
12. ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି ।
13. ତାହାଙ୍କ ଶ୍ଵାସ ଦ୍ଵାରା ଆକାଶମଣ୍ତଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି ।
14. ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ଵର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?

Notes

No Verse Added

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 42
ଆୟୁବ ପୁସ୍ତକ 26:32
1 ତହିଁରେ ଆୟୁବ ଉତ୍ତର କରି କହିଲା, 2 ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛଣ! 3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ! 4 ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା? 5 ପ୍ରେତଗଣ ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି । 6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ । 7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି । 8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ । 9 ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି । 10 ସେ ଦୀପ୍ତି ଓ ଅନ୍ଧକାରର ପ୍ରା; ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି । 11 ଆକାଶମଣ୍ତଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି । 12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି । 13 ତାହାଙ୍କ ଶ୍ଵାସ ଦ୍ଵାରା ଆକାଶମଣ୍ତଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି । 14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ଵର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 42
Common Bible Languages
West Indian Languages
×

Alert

×

oriya Letters Keypad References