ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯୂନସ
1. ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
2. ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି ।
3. ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ ।
4. ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ତ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା ।
5. ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ । ମାତ୍ର ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ ।
6. ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲା, ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ପରମେଶ୍ଵର ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ ।
7. ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ । ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା ।
8. ସେତେବେଳେ ସେମାନେ ତାଙ୍କୁ କହିଲେ, କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?
9. ତହିଁରେ ସେ ସେମାନଙ୍କୁ କହିଲେ, ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ଵର୍ଗସ୍ଥ ପରମେଶ୍ଵର ସଦାପ୍ରଭୁଙ୍କୁ ମୁଁ ଭୟ କରେ ।
10. ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି ।
11. ସେତେବେଳେ ସେମାନେ ତାଙ୍କୁ କହିଲେ, ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା? କାରଣ ସମୁଦ୍ର ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା ।
12. ତହିଁରେ ସେ ସେମାନଙ୍କୁ କହିଲେ, ମୋତେ ଧରି ସମୁଦ୍ରରେ ପକାଅ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ ।
13. ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯନିରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା ।
14. ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ ।
15. ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ତତାରୁ ନିବୃତ୍ତ ହେଲା ।
16. ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ ।
17. ପୁଣି, ଯୁନସଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ ।
Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 4
1 2 3 4
1 ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା । 2 ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି । 3 ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ । 4 ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ତ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା । 5 ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ । ମାତ୍ର ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ । 6 ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲା, ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ପରମେଶ୍ଵର ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ । 7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ । ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା । 8 ସେତେବେଳେ ସେମାନେ ତାଙ୍କୁ କହିଲେ, କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ? 9 ତହିଁରେ ସେ ସେମାନଙ୍କୁ କହିଲେ, ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ଵର୍ଗସ୍ଥ ପରମେଶ୍ଵର ସଦାପ୍ରଭୁଙ୍କୁ ମୁଁ ଭୟ କରେ । 10 ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି । 11 ସେତେବେଳେ ସେମାନେ ତାଙ୍କୁ କହିଲେ, ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା? କାରଣ ସମୁଦ୍ର ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା । 12 ତହିଁରେ ସେ ସେମାନଙ୍କୁ କହିଲେ, ମୋତେ ଧରି ସମୁଦ୍ରରେ ପକାଅ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ । 13 ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯନିରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା । 14 ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ । 15 ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ତତାରୁ ନିବୃତ୍ତ ହେଲା । 16 ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ । 17 ପୁଣି, ଯୁନସଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ ।
Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 4
1 2 3 4
×

Alert

×

Oriya Letters Keypad References