ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ବିଚାରକର୍ତାମାନଙ୍କ ବିବରଣ
1. ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା ।
2. ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ତ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର କତିରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ ।
3. ଏଥିରେ ସେ ସେହି ଏଗାର ଶହ ଖଣ୍ତ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତା; ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି ।
4. ସେ ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ତ ରୂପା ସୁନାରୀକି ଦିଅନ୍ତେ, ସେ ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା ।
5. ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା ।
6. ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା ।
7. ସେସମୟରେ ଯିହୁଦା ବଂଶୀୟ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା ।
8. ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥ୍ଲିହିମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା ।
9. ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ? ସେ ଉତ୍ତର କଲା, ମୁଁ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି ।
10. ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ତ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି । ତହିଁରେ ସେ ଲେବୀୟ ଲୋକ ଗଲା ।
11. ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା ।
12. ଏଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା ।
13. ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 21
1 2 3 4 5 6 7 8
9 10 11 12 13 14 15 16 17 18 19 20 21
1 ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା । 2 ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ତ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର କତିରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ । 3 ଏଥିରେ ସେ ସେହି ଏଗାର ଶହ ଖଣ୍ତ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତା; ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି । 4 ସେ ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ତ ରୂପା ସୁନାରୀକି ଦିଅନ୍ତେ, ସେ ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା । 5 ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା । 6 ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା । 7 ସେସମୟରେ ଯିହୁଦା ବଂଶୀୟ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା । 8 ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥ୍ଲିହିମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା । 9 ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ? ସେ ଉତ୍ତର କଲା, ମୁଁ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି । 10 ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ତ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି । ତହିଁରେ ସେ ଲେବୀୟ ଲୋକ ଗଲା । 11 ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା । 12 ଏଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା । 13 ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି ।
Total 21 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 21
1 2 3 4 5 6 7 8
9 10 11 12 13 14 15 16 17 18 19 20 21
×

Alert

×

Oriya Letters Keypad References