3. ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ସେ ଆପଣା ଦାସମାନଙ୍କୁ ପ୍ରେରଣ କଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ ।
|
4. ପୁନର୍ବାର ସେ ଅନ୍ୟ ଦାସମାନଙ୍କୁ ପ୍ରେରଣ କରି କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ-ଉତ୍ସବକୁ ଆସନ୍ତୁ ।
|
7. କିନ୍ତୁ ରାଜା କ୍ରୋଧାନ୍ଵିତ ହୋଇ ଆପଣା ସୈନ୍ୟମାନଙ୍କୁ ପ୍ରେରଣ କରି ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ ।
|
9. ଏଣୁ ତୁମ୍ଭେମାନେ ରାଜଦାଣ୍ତଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର ।
|
10. ସେଥିରେ ସେହି ଦାସମାନେ ରାଜଦାଣ୍ତଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକଙ୍କ ଦେଖା ପାଇଲେ, ସେସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ଅଭ୍ୟାଗତ ଲୋକଙ୍କ ଦ୍ଵାରା ବିବାହ ଗୃହ ପରିପୂର୍ଣ୍ଣ ହେଲା ।
|
11. କିନ୍ତୁ ରାଜା ଅଭ୍ୟାଗତମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ,
|
13. ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
|
16. ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି, ପୁଣି କାହାରିକି ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ ।
|
21. ସେମାନେ କହିଲେ, କାଇସରଙ୍କର । ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ ।
|
24. ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
|
25. ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା;
|
29. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ ।
|
30. କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ଵର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।
|
31. ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ଵର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?
|
32. ଆମ୍ଭେ ଅବ୍ରହାମଙ୍କ ଈଶ୍ଵର, ଇସ୍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର । ସେ ମୃତମାନଙ୍କ ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର ।
|
37. ସେ ତାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ଵରଙ୍କୁ ପ୍ରେମ କର ।
|
44. ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
|
46. ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି ସେହି ଦିନଠାରୁ କେହି ତାହାଙ୍କୁ ଆଉ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ ।
|