2. ହେ ମୋହର ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଇଅଛି, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ ।
|
3. ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ଵାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ ।
|
5. ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ଵର ଅଟ; ମୁଁ ଦିନଯାକ ତୁମ୍ଭର ଅନୁସରଣ କରେ ।
|
7. ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର ।
|
10. ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ ।
|
19. ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି ।
|
20. ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି ।
|