ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ । ହେ ସଦାପ୍ରଭୋ ମୋʼ ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର;
2. ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ତ ଖଣ୍ତ କରିବ, ଉଦ୍ଧାର କରିବାକୁ କେହି ନ ଥିବ ।
3. ହେ ସଦାପ୍ରଭୋ ମୋହର ପରମେଶ୍ଵର, ଯେବେ ମୁଁ ଏହା କରିଥାଏ, ଯେବେ ମୋʼ ହସ୍ତରେ ଅଧର୍ମ ଥାଏ;
4. ଯେବେ ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି; )
5. ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି ମୋʼ ଗୌରବକୁ ଧୂଳିସାତ୍ କରୁ । [ସେଲା
6. ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ବିଚାରର ଆଜ୍ଞା କରିଅଛ ।
7. ଗୋଷ୍ଠୀୟମାନଙ୍କ ମଣ୍ତଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ଵକୁ ପ୍ରତ୍ୟାଗମନ କର ।
8. ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର ।
9. ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ଵର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି ।
10. ପରମେଶ୍ଵରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି ।
11. ପରମେଶ୍ଵର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ଵର ।
12. ଯେବେ କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ଼୍‍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି ।
13. ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି ।
14. ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରା; ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା ।
15. ସେ କୂପ ଖୋଳି ଗଭୀର କରିଅଛି, ପୁଣି ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛ ।
16. ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ତରେ ପଡ଼ିବ ।
17. ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି ।

Notes

No Verse Added

Total 150 Chapters, Current Chapter 7 of Total Chapters 150
ଗୀତସଂହିତା 7
1. ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ ହେ ସଦାପ୍ରଭୋ ମୋʼ ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଉଦ୍ଧାର କର;
2. ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ତ ଖଣ୍ତ କରିବ, ଉଦ୍ଧାର କରିବାକୁ କେହି ଥିବ
3. ହେ ସଦାପ୍ରଭୋ ମୋହର ପରମେଶ୍ଵର, ଯେବେ ମୁଁ ଏହା କରିଥାଏ, ଯେବେ ମୋʼ ହସ୍ତରେ ଅଧର୍ମ ଥାଏ;
4. ଯେବେ ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି; )
5. ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି ମୋʼ ଗୌରବକୁ ଧୂଳିସାତ୍ କରୁ ସେଲା
6. ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ବିଚାରର ଆଜ୍ଞା କରିଅଛ
7. ଗୋଷ୍ଠୀୟମାନଙ୍କ ମଣ୍ତଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ଵକୁ ପ୍ରତ୍ୟାଗମନ କର
8. ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର
9. ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ଵର ଅନ୍ତଃକରଣ ମର୍ମର ପରୀକ୍ଷା କରନ୍ତି
10. ପରମେଶ୍ଵରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି
11. ପରମେଶ୍ଵର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ଵର
12. ଯେବେ କୌଣସି ମନୁଷ୍ୟ ଫେରିବ, ତେବେ ସେ ଆପଣା ଖଡ଼୍‍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି
13. ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି
14. ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରା; ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା
15. ସେ କୂପ ଖୋଳି ଗଭୀର କରିଅଛି, ପୁଣି ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛ
16. ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ତରେ ପଡ଼ିବ
17. ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି
Total 150 Chapters, Current Chapter 7 of Total Chapters 150
×

Alert

×

oriya Letters Keypad References