ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
1. କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ ।
2. ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ଆତ୍ମସଂଯମୀ ପୁଣି ବିଶ୍ଵାସ, ପ୍ରେମ ଓ ଧୈର୍ଯ୍ୟରେ ସବଳ ହେବାକୁ,
3. ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
4. ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
5. ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ;
6. ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ଆତ୍ମସଂଯମୀ ହେବା ପାଇଁ ଉତ୍ସାହ ଦିଅ;
7. ତୁମ୍ଭେ ନିଜେ ଆପଣା ଆଚରଣରେ ଉତ୍ତମତାର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରିମ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ତନୀୟ ବାକ୍ୟ ପ୍ରକାଶ କର,
8. ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ ।
9. ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
10. ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ଵସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଶିକ୍ଷାର ଅଳଙ୍କାର ସ୍ଵରୂପ ହୁଅନ୍ତି ।
11. କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
12. ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,
13. ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି ।
14. ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।
15. ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 3
1 2 3
1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ । 2 ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ଆତ୍ମସଂଯମୀ ପୁଣି ବିଶ୍ଵାସ, ପ୍ରେମ ଓ ଧୈର୍ଯ୍ୟରେ ସବଳ ହେବାକୁ, 3 ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର; 4 ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା, 5 ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ; 6 ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ଆତ୍ମସଂଯମୀ ହେବା ପାଇଁ ଉତ୍ସାହ ଦିଅ; 7 ତୁମ୍ଭେ ନିଜେ ଆପଣା ଆଚରଣରେ ଉତ୍ତମତାର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରିମ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ତନୀୟ ବାକ୍ୟ ପ୍ରକାଶ କର, 8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ । 9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ, 10 ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ଵସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଶିକ୍ଷାର ଅଳଙ୍କାର ସ୍ଵରୂପ ହୁଅନ୍ତି । 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, 12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ, 13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି । 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ । 15 ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 3
1 2 3
×

Alert

×

Oriya Letters Keypad References