ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପିତରଙ୍କ ପ୍ରଥମ ପତ୍
1. ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣା- ମାନଙ୍କୁ ସୁସଜ୍ଜିତ କର (କାରଣ ଯେ ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
2. ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର ।
3. ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
4. ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
5. କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ନିକାଶ ଦେବାକୁ ହେବ ।
6. କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ଵରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ ।
7. ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି ପ୍ରାର୍ଥନା କରିବା ପାଇଁ ସଚେତନ ଥାଅ,
8. ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ ।
9. କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
10. ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହଦାନ ପାଇଅଛ, ସେହିପ୍ରକାରେ ଈଶ୍ଵରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ତାରଘରିଆ ସ୍ଵରୂପେ ତଦ୍ଦ୍ଵାରା ପରସ୍ପରର ସେବା କର;
11. କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ଵରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ଵରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵର ଗୌରବାନ୍ଵିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍ ।
12. ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
13. ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ ।
14. ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ଵରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି ।
15. ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାରଚର୍ଚ୍ଚାକାରୀ ହୋଇ ଦଣ୍ତ ଭୋଗ ନ କରୁ;
16. କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ତ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ ।
17. କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
18. ପୁଣି ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?
19. ଅତଏବ, ଯେଉଁମାନେ ଈଶ୍ଵରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ଵସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 5
1 2 3 4 5
1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣା- ମାନଙ୍କୁ ସୁସଜ୍ଜିତ କର (କାରଣ ଯେ ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି), 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର । 3 ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; 4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି; 5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ନିକାଶ ଦେବାକୁ ହେବ । 6 କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ଵରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ । 7 ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି ପ୍ରାର୍ଥନା କରିବା ପାଇଁ ସଚେତନ ଥାଅ, 8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ । 9 କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର; 10 ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହଦାନ ପାଇଅଛ, ସେହିପ୍ରକାରେ ଈଶ୍ଵରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ତାରଘରିଆ ସ୍ଵରୂପେ ତଦ୍ଦ୍ଵାରା ପରସ୍ପରର ସେବା କର; 11 କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ଵରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ଵରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵର ଗୌରବାନ୍ଵିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍ । 12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; 13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ । 14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ଵରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି । 15 ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାରଚର୍ଚ୍ଚାକାରୀ ହୋଇ ଦଣ୍ତ ଭୋଗ ନ କରୁ; 16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ତ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ । 17 କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ! 18 ପୁଣି ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ? 19 ଅତଏବ, ଯେଉଁମାନେ ଈଶ୍ଵରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ଵସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 5
1 2 3 4 5
×

Alert

×

Oriya Letters Keypad References