ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ
1. ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ ।
2. ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
3. ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ ।
4. ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀଙ୍କି ଲୁପ୍ତ କରିବା ।
5. ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ ।
6. ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା ।
7. ତହୁଁ ଜଳପ୍ଳାବନ ଅପେକ୍ଷାରେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ ।
8. ପୁଣି ନୋହଙ୍କ ପ୍ରତି ପରମେଶ୍ଵରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
9. ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ ।
10. ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା ।
11. ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା ।
12. ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା ।
13. ସେହି ଦିନରେ ନୋହ, ପୁଣି ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ ।
14. ପୁଣି ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
15. ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ ।
16. ପରମେଶ୍ଵରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ଵ-ଦ୍ଵାର ବନ୍ଦ କଲେ ।
17. ଅନନ୍ତର ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକି ଛାଡ଼ି ଭାସି ଉଠିଲା ।
18. ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଚାଲିଲା ।
19. ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା ।
20. ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ ।
21. ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
22. ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ ।
23. ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ ।
24. ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା ।

ରେକର୍ଡଗୁଡିକ

Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 50
1 ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ । 2 ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି; 3 ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ । 4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀଙ୍କି ଲୁପ୍ତ କରିବା । 5 ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ । 6 ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା । 7 ତହୁଁ ଜଳପ୍ଳାବନ ଅପେକ୍ଷାରେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ । 8 ପୁଣି ନୋହଙ୍କ ପ୍ରତି ପରମେଶ୍ଵରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ 9 ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ । 10 ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା । 11 ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା । 12 ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା । 13 ସେହି ଦିନରେ ନୋହ, ପୁଣି ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ । 14 ପୁଣି ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ; 15 ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ । 16 ପରମେଶ୍ଵରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ଵ-ଦ୍ଵାର ବନ୍ଦ କଲେ । 17 ଅନନ୍ତର ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକି ଛାଡ଼ି ଭାସି ଉଠିଲା । 18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଚାଲିଲା ।
19 ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା ।
20 ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ । 21 ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ, 22 ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ । 23 ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ । 24 ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 50
×

Alert

×

Oriya Letters Keypad References