ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ
1. ଇଫ୍ରୟିମ କଥା କହିବା ବେଳେ କମ୍ପ ଜନ୍ମିଲା; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ମଲା ।
2. ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି । ସେସବୁ କାରିଗରର କର୍ମ; ସେସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ଵନ କରନ୍ତୁ ।
3. ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ ।
4. ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ଵର ବୋଲି ଜାଣିବ ନାହିଁ ଓ ଆମ୍ଭ ଭିନ୍ନ ଅନ୍ୟ ତ୍ରାଣକର୍ତ୍ତା ନାହିଁ ।
5. ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ ।
6. ସେମାନେ ଆମ୍ଭମାନଙ୍କ ଚରାଣି-ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି ।
7. ଏଣୁକରି ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହୋଇଅଛୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ଵରେ ଛକି ବସିବା;
8. ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ହୃଦୟକୋଷ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ ।
9. ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ ।
10. ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?
11. ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ ।
12. ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି ।
13. ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରା; କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ଵାରରେ ତାହାର ବିଳମ୍ଵ କରି ରହିବାର ଉଚିତ ନୁହେଁ ।
14. ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ ।
15. ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ଵାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ତାର ଲୁଟ କରିବେ ।
16. ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ଵରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍‍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 14
1 2 3 4 5 6 7 8 9 10 11 12 13 14
1 ଇଫ୍ରୟିମ କଥା କହିବା ବେଳେ କମ୍ପ ଜନ୍ମିଲା; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ମଲା । 2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି । ସେସବୁ କାରିଗରର କର୍ମ; ସେସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ଵନ କରନ୍ତୁ । 3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ । 4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ଵର ବୋଲି ଜାଣିବ ନାହିଁ ଓ ଆମ୍ଭ ଭିନ୍ନ ଅନ୍ୟ ତ୍ରାଣକର୍ତ୍ତା ନାହିଁ । 5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ । 6 ସେମାନେ ଆମ୍ଭମାନଙ୍କ ଚରାଣି-ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି । 7 ଏଣୁକରି ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହୋଇଅଛୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ଵରେ ଛକି ବସିବା; 8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ହୃଦୟକୋଷ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ । 9 ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ । 10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି? 11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ । 12 ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି । 13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରା; କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ଵାରରେ ତାହାର ବିଳମ୍ଵ କରି ରହିବାର ଉଚିତ ନୁହେଁ । 14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ । 15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ଵାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ତାର ଲୁଟ କରିବେ । 16 ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ଵରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍‍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References