ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର ।
2. ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ ।
3. ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ
4. ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ ।
5. ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ ।
6. ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ ।

Notes

No Verse Added

Total 66 Chapters, Current Chapter 4 of Total Chapters 66
ଯିଶାଇୟ 4
1. ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର
2. ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ମନୋହର ହେବ
3. ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ
4. ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ
5. ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ତାହାର ସକଳ ସଭା ଉପରେ ଦିବସରେ ମେଘ ଧୂମ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ
6. ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ବୃଷ୍ଟିରୁ ଆଶ୍ରୟ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ
Total 66 Chapters, Current Chapter 4 of Total Chapters 66
×

Alert

×

oriya Letters Keypad References