ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଏଥିରେ ଆୟୁବ ଉତ୍ତର କରି କହିଲା,
2. ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ତ ଖଣ୍ତ କରି ଭାଙ୍ଗିବ?
3. ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ ।
4. ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ ।
5. ଯେବେ ତୁମ୍ଭେମାନେ ନିତା; ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ;
6. ତେବେ ଜାଣ ଯେ, ପରମେଶ୍ଵର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି ।
7. ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ ।
8. ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି ।
9. ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି ।
10. ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି ।
11. ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ଵଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି ।
12. ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ଵୁ ଚାରିଆଡ଼େ ଛାଉଣି କରନ୍ତି ।
13. ସେ ମୋହର ଜ୍ଞାତିମାନଙ୍କୁ ମୋʼଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି ।
14. ମୋʼ କୁଟୁମ୍ଵବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି ।
15. ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି ।
16. ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ ।
17. ମୋʼ ନିଶ୍ଵାସ ମୋʼ ଭାର୍ଯ୍ୟା ପ୍ରତି ଓ ମୋʼ ନିବେଦନ ମୋʼ ସହୋଦର ପ୍ରତି ଘୃଣିତ ।
18. ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି ।
19. ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି ।
20. ମୋʼ ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦ; ହୋଇ ବଞ୍ଚିଅଛି ।
21. ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ଵରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି ।
22. ପରମେଶ୍ଵରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ?
23. ଆହା, ଏବେ ମୋʼ କଥାସବୁ ଯେବେ ଲେଖା ଯାʼନ୍ତାଣ! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତାଣ!
24. ଯେବେ ଲୌହ ଲେଖନୀ ଓ ସୀସା ଦ୍ଵାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତାଣ!
25. ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
26. ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ଵରଙ୍କୁ ଦେଖିବି;
27. ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ । ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି ।
28. ମୋʼଠାରେ ମୂଳକଥା ଦେଖାଯିବାରୁ ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ କିରୂପେ ତାହାକୁ ତାଡ଼ନା କରିବା?
29. ତେବେ ତୁମ୍ଭେମାନେ ଖଡ଼୍‍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ଼୍‍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ ।

Notes

No Verse Added

Total 42 Chapters, Current Chapter 19 of Total Chapters 42
ଆୟୁବ ପୁସ୍ତକ 19:28
1. ଏଥିରେ ଆୟୁବ ଉତ୍ତର କରି କହିଲା,
2. ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ କଥାରେ ମୋତେ ଖଣ୍ତ ଖଣ୍ତ କରି ଭାଙ୍ଗିବ?
3. ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ
4. ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ
5. ଯେବେ ତୁମ୍ଭେମାନେ ନିତା; ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ;
6. ତେବେ ଜାଣ ଯେ, ପରମେଶ୍ଵର ମୋʼ ବିଷୟରେ ବିପରୀତ କରିଅଛନ୍ତି ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି
7. ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ
8. ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ପାରେ ମୋହର ପଥ ଅନ୍ଧକାରମୟ କରିଅଛନ୍ତି
9. ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି
10. ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି
11. ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ଵଳିତ କରିଅଛନ୍ତି ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି
12. ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ମୋʼ ତମ୍ଵୁ ଚାରିଆଡ଼େ ଛାଉଣି କରନ୍ତି
13. ସେ ମୋହର ଜ୍ଞାତିମାନଙ୍କୁ ମୋʼଠାରୁ ଦୂର କରିଅଛନ୍ତି ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି
14. ମୋʼ କୁଟୁମ୍ଵବର୍ଗ ମୋତେ ତ୍ୟାଗ କରିଅଛନ୍ତି ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି
15. ମୋʼ ଗୃହନିବାସୀମାନେ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି
16. ମୁଁ ଆପଣା ଦାସକୁ ଡାକିଲେ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ
17. ମୋʼ ନିଶ୍ଵାସ ମୋʼ ଭାର୍ଯ୍ୟା ପ୍ରତି ମୋʼ ନିବେଦନ ମୋʼ ସହୋଦର ପ୍ରତି ଘୃଣିତ
18. ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି
19. ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି
20. ମୋʼ ମାଂସ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ମୁଁ ଚର୍ମାବଶିଷ୍ଟଦ; ହୋଇ ବଞ୍ଚିଅଛି
21. ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ଵରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି
22. ପରମେଶ୍ଵରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ମୋʼ ମାଂସରେ ତୃପ୍ତ ହେଉ ନାହଁ?
23. ଆହା, ଏବେ ମୋʼ କଥାସବୁ ଯେବେ ଲେଖା ଯାʼନ୍ତାଣ! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତାଣ!
24. ଯେବେ ଲୌହ ଲେଖନୀ ସୀସା ଦ୍ଵାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତାଣ!
25. ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
26. ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ଵରଙ୍କୁ ଦେଖିବି;
27. ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି
28. ମୋʼଠାରେ ମୂଳକଥା ଦେଖାଯିବାରୁ ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ କିରୂପେ ତାହାକୁ ତାଡ଼ନା କରିବା?
29. ତେବେ ତୁମ୍ଭେମାନେ ଖଡ଼୍‍ଗ ବିଷୟରେ ଭୀତ ହୁଅ; କାରଣ କୋପ ଖଡ଼୍‍ଗରୂପ ଶାସ୍ତି ଆଣିବ; ତହିଁରେ ବିଚାର ଯେ ଅଛି, ତାହା ତୁମ୍ଭେମାନେ ଜାଣି ପାରିବ
Total 42 Chapters, Current Chapter 19 of Total Chapters 42
×

Alert

×

oriya Letters Keypad References