ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ବିଚାରକର୍ତାମାନଙ୍କ ବିବରଣ
1. ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା ।
2. ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ତ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର କତିରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ ।
3. ଏଥିରେ ସେ ସେହି ଏଗାର ଶହ ଖଣ୍ତ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତା; ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି ।
4. ସେ ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ତ ରୂପା ସୁନାରୀକି ଦିଅନ୍ତେ, ସେ ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା ।
5. ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା ।
6. ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା ।
7. ସେସମୟରେ ଯିହୁଦା ବଂଶୀୟ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା ।
8. ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥ୍ଲିହିମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା ।
9. ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ? ସେ ଉତ୍ତର କଲା, ମୁଁ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି ।
10. ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ତ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି । ତହିଁରେ ସେ ଲେବୀୟ ଲୋକ ଗଲା ।
11. ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା ।
12. ଏଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା ।
13. ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି ।

Notes

No Verse Added

Total 21 Chapters, Current Chapter 17 of Total Chapters 21
1 2 3 4 5 6 7 8
9 10 11 12 13 14 15 16 17 18 19 20 21
ବିଚାରକର୍ତାମାନଙ୍କ ବିବରଣ 17
1. ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା
2. ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ତ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଶାପ ଦେଇଅଛ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର କତିରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ
3. ଏଥିରେ ସେ ସେହି ଏଗାର ଶହ ଖଣ୍ତ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଳା ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତା; ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି
4. ସେ ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ତ ରୂପା ସୁନାରୀକି ଦିଅନ୍ତେ, ସେ ଗୋଟିଏ ଖୋଳା ଗୋଟିଏ ଢଳା ପ୍ରତିମା ବନାଇଲା ତାହା ମୀଖାର ଗୃହରେ ରହିଲା
5. ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ସେ ଏକ ଏଫୋଦ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା
6. ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ଥିଲା ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା
7. ସେସମୟରେ ଯିହୁଦା ବଂଶୀୟ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା
8. ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥ୍ଲିହିମ୍ ଯିହୁଦାରୁ ପ୍ରସ୍ଥାନ କଲା ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା
9. ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ? ସେ ଉତ୍ତର କଲା, ମୁଁ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି
10. ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ତ ରୂପା ଏକ ସାଜ ପୂରା ପୋଷାକ ତୁମ୍ଭର ପଡ଼ି ଦେବି ତହିଁରେ ସେ ଲେବୀୟ ଲୋକ ଗଲା
11. ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା
12. ଏଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା
13. ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି
Total 21 Chapters, Current Chapter 17 of Total Chapters 21
1 2 3 4 5 6 7 8
9 10 11 12 13 14 15 16 17 18 19 20 21
×

Alert

×

oriya Letters Keypad References