ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ
1. ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ ।
2. ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ଵ ପାଇଲେ, ଲୋକମାନେ ଆର୍ତ୍ତସ୍ଵର କରନ୍ତି ।
3. ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ ।
4. ରାଜା ସୁବିଚାର ଦ୍ଵାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ ।
5. ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ ।
6. ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ ।
7. ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ ।
8. ନିନ୍ଦକମାନେ ନଗରକୁ ପ୍ରଜ୍ଵଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି ।
9. ଅଜ୍ଞାନ ସହିତ ଜ୍ଞାନବାନର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ ।
10. ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକି ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି ।
11. ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷା; କରେ ।
12. ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି ।
13. ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି ।
14. ଯେଉଁ ରାଜା ବିଶ୍ଵସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ ।
15. ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ ।
16. ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ ।
17. ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ ।
18. (ଈଶ୍ଵରୀୟ) ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ ।
19. କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ ।
20. ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି ।
21. ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ ।
22. କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି ରାଗାନ୍ଧ ଲୋକ ବହୁତ ଅଧର୍ମ କରେ ।
23. ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ ।
24. ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ (କରାଇବାର କଥା) ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ ।
25. ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ ।
26. ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତିନ୍ତ ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ ।
27. ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 31
1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ । 2 ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ଵ ପାଇଲେ, ଲୋକମାନେ ଆର୍ତ୍ତସ୍ଵର କରନ୍ତି । 3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ । 4 ରାଜା ସୁବିଚାର ଦ୍ଵାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ । 5 ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ । 6 ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ । 7 ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ । 8 ନିନ୍ଦକମାନେ ନଗରକୁ ପ୍ରଜ୍ଵଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି । 9 ଅଜ୍ଞାନ ସହିତ ଜ୍ଞାନବାନର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ । 10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକି ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି । 11 ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷା; କରେ । 12 ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି । 13 ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି । 14 ଯେଉଁ ରାଜା ବିଶ୍ଵସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ । 15 ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ । 16 ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ । 17 ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ । 18 (ଈଶ୍ଵରୀୟ) ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ । 19 କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ । 20 ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି । 21 ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ । 22 କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି ରାଗାନ୍ଧ ଲୋକ ବହୁତ ଅଧର୍ମ କରେ । 23 ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ । 24 ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ (କରାଇବାର କଥା) ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ । 25 ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ । 26 ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତିନ୍ତ ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ । 27 ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 29 / 31
×

Alert

×

Oriya Letters Keypad References