ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ ।
2. ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
3. କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି ।
4. ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟ; ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି ।
5. ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି ।
6. ଏଣୁ ମୁଁ କହିଲି, ଆଃ, ଯେବେ କପୋତ ପରି ମୋହର ପକ୍ଷ ଥାʼନ୍ତାଣ! ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି ।
7. ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି । [ସେଲା
8. ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି ।
9. ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ଵାର ଅନୈକ୍ୟ ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି ।
10. ସେମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି । ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି ।
11. ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ ।
12. କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
13. ମାତ୍ର ମୋʼସମାନ ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ ।
14. ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଗମନାଗମନ କଲୁ ।
15. ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି ।
16. ମାତ୍ର ମୁଁ ପରମେଶ୍ଵରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ ।
17. ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ ।
18. ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ ।
19. ପରମେଶ୍ଵର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି ସେମାନେ ପରମେଶ୍ଵରଙ୍କୁ ଭୟ କରନ୍ତି ନାହିଁ ।
20. ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି ।
21. ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍‍ଗ ତୁଲ୍ୟ ।
22. ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ ।
23. ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 55 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ । 2 ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ; 3 କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି । 4 ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟ; ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି । 5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି । 6 ଏଣୁ ମୁଁ କହିଲି, ଆଃ, ଯେବେ କପୋତ ପରି ମୋହର ପକ୍ଷ ଥାʼନ୍ତାଣ! ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି । 7 ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି । [ସେଲା 8 ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି । 9 ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ଵାର ଅନୈକ୍ୟ ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି । 10 ସେମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି । ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି । 11 ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ । 12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି; 13 ମାତ୍ର ମୋʼସମାନ ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ । 14 ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଗମନାଗମନ କଲୁ । 15 ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି । 16 ମାତ୍ର ମୁଁ ପରମେଶ୍ଵରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ । 17 ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ । 18 ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ । 19 ପରମେଶ୍ଵର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି ସେମାନେ ପରମେଶ୍ଵରଙ୍କୁ ଭୟ କରନ୍ତି ନାହିଁ । 20 ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି । 21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍‍ଗ ତୁଲ୍ୟ ।
22 ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ ।
23 ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 55 / 150
×

Alert

×

Oriya Letters Keypad References