ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ । ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ ।
2. ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି ।
3. କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ ।
4. ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
5. ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ ।
6. ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ ।
7. କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି ।
8. ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ ।
9. ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ ।
10. ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ ।
11. ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 63 / 150
1 ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ । ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ । 2 ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି । 3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ । 4 ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; 5 ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ । 6 ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ । 7 କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି । 8 ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ । 9 ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ । 10 ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ । 11 ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 63 / 150
×

Alert

×

Oriya Letters Keypad References